ଶ୍ରୀଜୀଉଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି

ପୁରୀ : ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରି ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ ତାଙ୍କ ପତ୍ନୀ ଫେରିଛନ୍ତି। ପ୍ରଥମେ ୯ଟା ୨୦ରେ ରାଷ୍ଟ୍ରପତି ସିଂହଦ୍ୱାରରେ ପହଞ୍ଚିଥିଲେ।
ସକାଳେ ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ପୁରୀରେ ପହଞ୍ଚି ସିଂହଦ୍ୱାରରେ ପହଞ୍ଚିବା ପରେ ୯ଟା ୧୮ରେ ଧର୍ମପତ୍ନୀଙ୍କ ସହ ଶ୍ରୀମନ୍ଦିରରେ ପ୍ରବେଶ କରିଥିଲେ। ରାଷ୍ଟ୍ରପତିଙ୍କ ସହ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ ପ୍ରଧାନ, ପୁରୀ ବିଧାୟକ ଜୟନ୍ତ ଷଡ଼ଙ୍ଗୀ, ବ୍ରହ୍ମଗିରି ବିଧାୟକ ଲଲିଟେନ୍ଦୁ ବିଦ୍ୟାଧର ମହାପାତ୍ର ଉପସ୍ଥିତ ଥିଲେ।  ରାଷ୍ଟ୍ରପତି ପୁରୀରେ ପହଞ୍ଚିବା ପରେ ଗଜପତି ମହାରାଜ ତାଙ୍କୁ ସ୍ୱାଗତ କରିଥିଲେ।

Comments are closed.