ଅଭିଯୋଗ ଏବଂ ସମସ୍ୟାର ସମାଧାନ ହେଉଛି ଜିଲା ପ୍ରଶାସନର ଅଂଶ ବିଶେଷ

ଯାଜପୁର : ସୋମବାର ପୂର୍ବାହ୍ନରେ ଜିଲା ଗ୍ରାମ୍ୟ ଊନ୍ନୟନ ସଂସ୍ଥା ସମ୍ମିଳନୀ ଗୃହରେ ଯୁଗ୍ମ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଯାଜପୁର ଅତିରିକ୍ତ ଜିଲାପାଳ(ରାଜସ୍ୱ) ଅକ୍ଷୟ କୁମାର ମଲ୍ଲିକ ଅଧ୍ୟକ୍ଷତା କରି କହିଥିଲେ ଯେ ଅଭିଯୋଗ ଏବଂ ସମସ୍ୟାର ସମାଧାନ ହେଉଚ୍ଥି ଜିଲା ପ୍ରଶାସନର ଅଂଶ ବିଶେଷ। ଅଭିଯୋଗ ଶୁଣାଣି ପ୍ରକ୍ରିୟାର ଊଦେଶ୍ୟ ହେଉଚ୍ଥି ଲୋକମାନଙ୍କ ସମସ୍ୟା ଗୁଡିକୁ ତ୍ୱରିତ ସମାଧାନ କରି ପରିଚାଳନାରେ ସ୍ଥିରତା, ସ୍ୱଚ୍ଚ୍ଥତା ଏବଂ ନ୍ୟାୟକୁ ଉତ୍ସାହିତ କରିବା। ଫଳରେ ପ୍ରଶାସନ ଜନସାଧାରଣଙ୍କ ନିକଟରେ ଊତ୍ତରଦାୟୀ ହେବା ସହ ଏକ ଦକ୍ଷ ଓ ପ୍ରଭାବଶାଳୀ ଅଭିଯୋଗ ସମାଧାନ ପ୍ରଣାଳୀ ପ୍ରତିଷ୍ଠା ହୋଇପାରିବ ବୋଲି ସେ କହିଥିଲେ।

ଏହି ଶିବିରରେ ଆବାସ ଯୋଜନା, ଭତ୍ତା ପ୍ରଦାନ, ଚିକିତ୍ସା ସହାୟତା, ଜମିଜମା ସମ୍ୱନ୍ଧୀୟ ଇତ୍ୟାଦି ସଂପର୍କରେ ଏହି ଅଭିଯୋଗ ଗୁଡିକ ପଞ୍ଜିକୃତ ହୋଇଥିଲା । ଏହି ଶୁଣାଣିରେ ମୋଟ ୧୬୬ ଗୋଟି ଅଭିଯୋଗ ମଧ୍ୟରୁ ୧୬୨ ଗୋଟି ବ୍ୟକ୍ତିଗତ, ୧୬ ଗୋଟି ରେଡକ୍ରସ ସହାୟତା ପାଇଁ ଓ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ସହାୟତା ପାଇଁ ୧୫ ଗୋଟି, ସାମୁହିକ ୪ ଗୋଟି ଆବେଦନ ପତ୍ର ମିଳିଥିଲା। ଏହି ଅବସରରେ ୭୭ ଗୋଟି ଆବେଦନର ସମାଧାନ କରାଯାଇଥିଲା। ଅବଶିଷ୍ଟ ଅଭିଯୋଗର ସମାଧାନ ସମ୍ପୃକ୍ତ ଅଧିକାରୀମାନଙ୍କ ଜରିଆରେ ସମାଧାନ ପାଇଁ ନିର୍ଦେଶ ଦିଆଯାଇଥିଲା। ଚଳିତ ମାସ ୧୧ ତାରିଖ ସୋମବାର ଦାନଗଦୀ ବ୍ଲକ କାର୍ଯ୍ୟାଳୟ ଠାରେ, ୧୮ ତାରିଖ ସୋମବାର ସୁକିନ୍ଦା ବ୍ଲକ କାର୍ଯ୍ୟାଳୟ ଏବଂ ୨୫ ତାରିଖ ସୋମବାର ରସୁଲପୁର ବ୍ଲକ କାର୍ୟ୍ୟାଳୟ ଠାରେ ଦିବା ୧୦ ଘଟିକା ଠାରୁ ଅପରାହ୍ନ ୨ ଘଟିକା ପର୍ୟ୍ୟନ୍ତ ମିଳିତ ଯୁଗ୍ମ ଜନ ଶୁଣାଣୀ ଶିବିର ଅନୁଷ୍ଠିତ ହେବ ବୋଲି ଜିଲାପାଳ ଚକ୍ରୱର୍ତ୍ତୀ ସିଂହ ରାଠୋର ବିଭାଗୀୟ ପତ୍ର ମାଧ୍ୟମରେ ଅବଗତ କରାଇଛନ୍ତି ।
ଏହି ଶିବିରରେ ଆରକ୍ଷୀ ଅଧିକ୍ଷକ ରାହୁଲ ପିଆର ଜିଲା ଗ୍ରାମ୍ୟ ଊନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦେଶକ ଅଶୋକ କୁମାର ବେହୁରିଆ, ଜିଲା ଅଭିଯୋଗ ପ୍ରକୋଷ୍ଠ ଅଧିକାରୀ ତିଳୋତ୍ତମା ପୃଷ୍ଟି , ଅତିରିକ୍ତ ତହସିଲଦାର କ୍ଷୀରୋଦ କୁମାର ଦାସ, ଭାରପ୍ରାପ୍ତ ଜିଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ ସରୋଜ କୁମାର ଶତପଥୀ, ଜିଲା ସଂସ୍କୃତି ଅଧିକାରୀ ଦୁର୍ୟ୍ୟୋଧନ ମଲ୍ଳିକ ଓ ଜିଲା ସ୍ତରୀୟ ବିଭିନ୍ନ ବିଭାଗର ଅଧିକାରୀ ପ୍ରମୁଖ ଯୋଗ ଦେଇଥିଲେ।

Comments are closed.