ଟଳିଲେ ୬ ଆତଙ୍କବାଦୀ

ଶ୍ରୀନଗର : ଜମ୍ମୁକାଶ୍ମୀରରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି । ସୁରକ୍ଷାକର୍ମୀଙ୍କ ଗୁଳିରେ ୬ ଆତଙ୍କବାଦୀ ନିହତ ହୋଇଛନ୍ତି । ଅନନ୍ତନାଗରେ ୨ ଓ କୁୁଲଗାମରେ ୨ ଆତଙ୍କବାଦୀ ନିହତ ହୋଇଥିବା ବେଳେ, ଅନ୍ୟ ୨ ଆତଙ୍କବାଦୀ ସ୍ଥାନୀୟ ଅଞ୍ଚଳର ହୋଇଥିବା ସୂଚନା ମିଳିଛି । ସବୁଠୁ ବଡ଼ କଥା ହେଉଛି ମୃତ ଆତଙ୍କବାଦୀଙ୍କ ମଧ୍ୟରେ ୨ ପାକିସ୍ତାନୀ ଆତଙ୍କବାଦୀ ରହିଥିବା ଜଣାପଡ଼ିଛି । ଏହି ଏନକାଉଣ୍ଟରରେ ମଧ୍ୟ ଜଣେ ପୋଲିସ କର୍ମୀ ଆହତ ହୋଇଛନ୍ତି । ଚିକିତ୍ସା ପାଇଁ ତାଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

ମିଳିଥିବା ସୂଚନା ଅନୁସାରେ ସେହି ଅଞ୍ଚଳରେ ଆତଙ୍କବାଦୀମାନେ ଲୁଚିରହିଥିବା ଖବର ପାଇଥିଲେ ସୁରକ୍ଷାକର୍ମୀ । ପରେ ସୁରକ୍ଷାକର୍ମୀ ମାନେ ଉକ୍ତ ଅଞ୍ଚଳକୁ ସିଲ୍‍ କରିବା ସହ ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲେ । ଏହାପରେ ଆତଙ୍କବାଦୀଙ୍କୁ ଆତ୍ମ ସମର୍ପଣ କରିବାକୁ କୁହାଯାଇଥିଲା । ହେଲେ ସେମାନେ ପ୍ରଥମରେ ଗୁଳି ଚାଳନା ଆରମ୍ଭ କରିଥିଲେ । ଏହାର ଜବାବରେ ସୁରକ୍ଷାକର୍ମୀ ପାଲଟା  ଗୁଳିରେ ୬ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଥିଲା ।

Comments are closed.