ସୁରକ୍ଷା ବାହିନୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ; ଜଣେ ଆତଙ୍କବାଦୀ ନିହତ, ଦୁଇ ସାଧାରଣ ନାଗରିକ ଆହତ

ଜାମ୍ମୁକାଶ୍ମୀର : ଦକ୍ଷିଣ କାଶ୍ମୀରର ପୁଲୱାମା ଜିଲ୍ଲା ପମ୍ପୋର ସୁରକ୍ଷା ବାହିନୀ ଗୁରୁବାର ବିଳମ୍ବିତ ରାତିରେ ଏକ ବଡ଼ ସଫଳତା ହାସଲ କରିଛନ୍ତି। ସୁରକ୍ଷା ବାହିନୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ହୋଇଥିବା ଗୁଳିବିନିମୟରେ ଜଣେ ଆତଙ୍କବାଦୀ ନିହତ ହୋଇଥିବା ଜଣାପଡ଼ିଛି। ଏହି ଏନକାଉଣ୍ଟରରେ ଦୁଇ ଜଣ ସାଧାରଣ ନାଗରିକ ମଧ୍ୟ ଆହତ ହୋଇଛନ୍ତି।

ଆତଙ୍କବାଦୀ ଲୁଚି ରହିଥିବାର ଖବର ପାଇ ସୁରକ୍ଷା ବାହିନୀ ସମଗ୍ର ଅଞ୍ଚଳକୁ ଘେରି ରହି ସର୍ଚ୍ଚ ଅପରେସନ ଜାରି ରଖିଥିଲେ।
ଏହି ସମୟରେ ଘରେ ଲୁଚି ରହିଥିବା ଆତଙ୍କବାଦୀମାନେ ଗୁଳି ଚଳାଇବା ଆରମ୍ଭ କରିଥିଲେ। ସୁରକ୍ଷା ବାହିନୀ ପାଲଟାରେ ଗୁଳି ଚଳାଇଥିଲା। ଏଥିରେ ଜଣେ ଆତଙ୍କବାଦୀ ନିହତ ହୋଇଥିଲା। ଦୁଇ ସାଧାରଣ ନାଗରିକ ମଧ୍ୟ ଆହତ ହୋଇଥିଲେ। ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

Comments are closed.