ସ୍କୁଲ ଛାତରୁ ସିମେଣ୍ଟ ପ୍ଲାଷ୍ଟର ଖସି ଦୁଇ ଛାତ୍ର ଆହତ

ଝାରସୁଗୁଡ଼ା : ଝାରସୁଗୁଡ଼ା ଜିଲା ଲଖନପୁର ବ୍ଲକ ଜାମଗାଁ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଛାତରୁ ସିମେଣ୍ଟ ପ୍ଲାଷ୍ଟର ଖସି ଦୁଇ ଜଣ ଛାତ୍ର ଆହତ ହୋଇଥିବା ଜଣାପଡ଼ିଛି। ଆହତ ଦୁଇ ଜଣ ପଞ୍ଚମ ଶ୍ରେଣୀର ଛାତ୍ର ବୁଲୁ ତିହିରିଆ ଏବଂ ରାଜା ଗଡୁଆଲ । ଆହତଙ୍କୁ ଲଖନପୁର ସିଏଚସି ଡ଼ାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଏନେଇ ଜିଲା ଶିକ୍ଷା ଅଧିକାରୀ ମିତ୍ରଭାନୁ କଚ୍ଚପ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ।

Comments are closed.