ବିଜେଡି କାର୍ଯ୍ୟାଳୟରେ ‘ଜୀବନ ବିନ୍ଦୁ’ କାର୍ଯ୍ୟକ୍ରମ ; ସପ୍ତାହେ ବ୍ୟାପୀ ଚାଲିବ

ଭୁବନେଶ୍ବର : ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ରାଜ୍ୟ ବିଜେଡି କାର୍ଯ୍ୟାଳୟ ଠାରେ ବୁଧବାର ‘ଜୀବନ ବିନ୍ଦୁ’ କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି। ଏହି ରକ୍ତ ଦାନ ଶିବିରକୁ ବିଜୁ ଜନତା ଦଳର ସଙ୍ଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଓ ରାଜ୍ୟ ଯୋଜନା ବୋର୍ଡ଼ ଉପାଧ୍ୟକ୍ଷ ସଞ୍ଜୟ କୁମାର ଦାସବର୍ମା ଉଦଘାଟନ କରିଛନ୍ତି। ଏହା ସପ୍ତାହେ ବ୍ୟାପି ଅନୁଷ୍ଠିତ ହେବ। ଏହି କାର୍ଯ୍ୟକ୍ରମରେ ଛାତ୍ର ବିଜେଡ଼ିର ସମସ୍ତ କର୍ମକର୍ତ୍ତା ମାନେ ଅଂଶଗ୍ରହଣ କରିଥିଲେ ।

Comments are closed.