ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା କରୋନା ଆକ୍ରାନ୍ତ

ନୂଆଦିଲ୍ଲୀ: ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ନିଜେ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଟ୍ବିଟ୍ ଯୋଗେ ସୂଚନା ଦେଇଛନ୍ତି।
ଟ୍ବିଟ୍ କରି ଶ୍ରୀ ନଡ୍ଡା ଲେଖିଛନ୍ତି ଯେ ତାଙ୍କ ଭିତରେ କରୋନାର ଲକ୍ଷଣ ଦେଖା ଦେଇଥିଲା। ତେଣୁ ସେ ନିଜର କୋଭିଡ୍ ଟେଷ୍ଟ କରାଇଥିଲେ। ଯେଉଁଥିରେ ତାଙ୍କର କୋଭିଡ୍ ରିପୋର୍ଟ ପଜିଟିଭ୍ ଆସିଛି। ଏବେ ମୋର ସ୍ୱାସ୍ଥ୍ୟାବସ୍ଥା ଠିକ୍ ରହିଛି ଏବଂ ଡାକ୍ତର ମୋତେ ହୋମ ଆଇସୋଲେସନରେ ରହିବାକୁ ପରାମର୍ଶ ଦେଇଛନ୍ତି। ଯେଉଁମାନେ ଗତ କିଛି ଦିନ ମଧ୍ୟରେ ମୋ ସଂସ୍ପର୍ଶରେ ଆସିଛନ୍ତି, ସେମାନେ ନିଜକୁ ଆଇସୋଲେସନ୍େର ରଖିବା ସହ ନିଜର କୋଭିଡ୍ ଟେଷ୍ଟ କରାଇ ନିଅନ୍ତୁ ବୋଲି ଶ୍ରୀ ନଡ୍ଡା ଟ୍ବିଟ୍ ଯୋଗେ ପ୍ରକାଶ କରିଛନ୍ତି।
कोरोना के शुरूआती लक्षण दिखने पर मैंने टेस्ट करवाया और रिपोर्ट पॉजिटिव आई है। मेरी तबीयत ठीक है, डॉक्टर्स की सलाह पर होम आइसोलेशन में सभी दिशा- निर्देशो का पालन कर रहा हूँ। मेरा अनुरोध है, जो भी लोग गत कुछ दिनों में संपर्क में आयें हैं, कृपया स्वयं को आइसोलेट कर अपनी जाँच करवाएं।
— Jagat Prakash Nadda (@JPNadda) December 13, 2020