ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ଓ ବଜ୍ରପାତର ସମ୍ଭାବନା

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି । ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଓ ନୟାଗଡ଼ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ବର୍ଷା ସହ ବଜ୍ରପାତ ହେବାର ଆଶଙ୍କା କରାଯାଉଛି । ଏହା ସହ କେତେକ ସ୍ଥାନରେ ପ୍ରବଳ ବେଗରେ ପବନ ବହିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି ।

Comments are closed.