୧୦ଟି ଜିଲା​‌ରେ କାଳବୈଶାଖୀ ବର୍ଷା ସମ୍ଭାବନା

ଭୁବନେଶ୍ୱର : ରାଜ୍ୟରେ ଗ୍ରୀଷ୍ମ ପ୍ରଭାବ ଜାରି ରହିଥିବା ବେଳେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କେତେକ ସ୍ଥାନରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି । ୧୦ଟି ଜିଲା​‌ରେ କାଳବୈଶାଖୀ ବର୍ଷା ସହ ବ୍ରଜପାତ ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ବୁଧବାର ସନ୍ଧ୍ୟା ସୁଦ୍ଧା ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଏବଂ କେନ୍ଦ୍ରାପଡ଼ା ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଝଡ଼ତୋଫାନ ସହ ବର୍ଷା ଓ ବଜ୍ରପାତ ହେବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ଆଶଙ୍କା କରାଯାଉଛି । ଏହି ସମୟରେ ଘଣ୍ଟା ପ୍ରତି ୩୦-୪୦ କିମି ବେଗରେ ପବନ ବହିବ । ସେହିପରି ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଉତ୍ତର, ଦକ୍ଷିଣ ଓ ଆଭ୍ୟନ୍ତର ଓଡ଼ିଶାର ଅନେକ ସ୍ଥାନରେ କାଳବୈଶାଖୀ ପ୍ରଭାବ ଦେଖିବାକୁ ମିଳିବ ।

Comments are closed.