କନିଷ୍ଠ ଶିକ୍ଷକ ଆଶାୟୀ ସଂଘ ପକ୍ଷରୁ ଜିଲାପାଳଙ୍କୁ ଦାବି ପତ୍ର ପ୍ରଦାନ

କଳାହାଣ୍ଡି: କଳାହାଣ୍ଡି କନିଷ୍ଠ ଆଶାୟୀ ଶିକ୍ଷକ ସଂଘ ପକ୍ଷରୁ ୩ ଦଫା ଦାବି ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲାପାଳଙ୍କୁ ପ୍ରଦାନ କରାଯାଇଛି। ରାଜ୍ୟରେ ଖାଲି ପଡିଥିବା କନିଷ୍ଠ ଶିକ୍ଷକ ପଦବୀ ନିଯୁକ୍ତି ସହ ଜିଲା ଭିତ୍ତିକ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ନିଯୁକ୍ତି କରିବା ଭଳି ଦାବି ନେଇ ମଙ୍ଗଳବାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ଓ ଧାରଣା ଦେଇଛନ୍ତି। ସୂଚନାଯୋଗ୍ୟ, ଗତ ଜାନୁଆରୀ ୫ ତାରିଖ ଦିନ ରାଜ୍ୟ ସରକାରଙ୍କ ବିଦ୍ୟାଳୟ ଓ ଗଣ ଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି କରି ନିଯୁକ୍ତି ପାଇଁ ଜାରି କରିଥିଲେ। ବର୍ତ୍ତମାନ ପର୍ଯ୍ୟନ୍ତ କୌଣସି ପ୍ରକାର ପଦକ୍ଷେପ ନ ନେବାରୁ ଏହାର ପ୍ରତିବାଦ କରାଯାଇଥିବା ସଂଘ ପକ୍ଷରୁ କୁହାଯାଇଛି।

Comments are closed.