ଅଜଣା ଗାଡ଼ି ଧକ୍କାରେ ଦମ୍ପତି ମୃତ

କଳାହାଣ୍ଡି : କଳାହାଣ୍ଡି ଜିଲା ୨୬ ନମ୍ବର ଜାତୀୟ ରାଜପଥ ଘୁଲିଯିବା ଠାରେ ଗୁରୁବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ପ୍ରାତଃ ଭ୍ରମଣ ପାଇଁ ଯାଇଥିବା ସମୟରେ ଅଜଣା ଗାଡ଼ି ଧକ୍କାରେ ଏକ ଦମ୍ପତିଙ୍କ ମୃତ୍ୟୁ ଘଟିଛି। ମୃତ ଦମ୍ପତି ହେଲେ ମହିଚଲା ଗାଁର ଚନ୍ଦ୍ର ଦ୍ୱଜ ବେମାଲ ଓ କଳାବତୀ ବେମାଲ। ଦୁର୍ଘଟଣାରେ ସେମାନଙ୍କ ମୃତ୍ୟୁ ପରେ ଘଟଣାସ୍ଥଳରେ ଉତ୍ତେଜନା ସୃଷ୍ଟି ହେବା ସହ ଉତ୍ତ୍ୟକ୍ତଲୋକେ ଜାତୀୟରାଜପଥ ଅବରୋଧ କରିଛନ୍ତି। ଫଳରେ ଭବାନୀପାଟଣା-ଜୟପୁର ରାସ୍ତାରେ ଗାଡ଼ି ଚଳାଚଳ ବନ୍ଦ ରହିଛି। ରାସ୍ତାର ଉଭୟ ପଟେ ଶହ ଶହ ଯାନ ଅଟକି ରହିଛି। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରୁଥିବା ସୂଚନା ମିଳିଛି।

Comments are closed.