କନ୍ଧମାଳ: ଜିଲ୍ଲାରେ ପୁଣି ସଂକ୍ରମିତଙ୍କ ସଂଖ୍ୟା ଛୁଇଁଲା ୨ ଅଙ୍କ

ଫୁଲବାଣୀ: କନ୍ଧମାଳ ଜିଲ୍ଲାରେ ପୁଣି କୋଭିଡ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇଛି। ପୁଣି ଛୁଇଁଛି ୨ ଅଙ୍କ। ଆଜି ୧୧ ଜଣ ନୂଆ କୋଭିଡ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ଏମାନଙ୍କୁ ମିଶାଇ ଜିଲ୍ଲାରେ ମୋଟ କୋଭିଡ ସଂକ୍ରମିତଙ୍କ ସଂଖ୍ୟା ୫,୯୦୮ରେ ପହଞ୍ଚିଥିବା ବେଳେ ଏମାନଙ୍କ ମଧ୍ୟରୁ ୫,୮୪୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଜିଲ୍ଲାରେ କୋଭିଡରେ ଆକ୍ରାନ୍ତ ହୋଇ ୩୩ ଜଣ ମୃତ୍ୟୁ ବରଣ ସ୍ଥିର ଥିବା ବେଳେ ଆଉ ୨୧ ଜଣ ସଂକ୍ରମିତ ବିଭିନ୍ନ କୋଭିଡ ହସପିଟାଲରେ ରହି ଚିକିତ୍ସିତ ହେଉଛନ୍ତି। ଆଜିର ଚିହ୍ନଟ ମାନଙ୍କ ମଧ୍ୟରୁ ଫୁଲବାଣୀ ପୌରାଂଚଳର ୨ ଜଣ ପୁରୁଷ ରହିଛନ୍ତଏବଂ ଜିଲ୍ଲାର ତୁମୁଡିବନ୍ଧ ବ୍ଳକରେ ଅନ୍ୟ ୯ ସଂକ୍ରମିତ ଚିହ୍ନଟ ହୋଇଥିବା ନେଇ କନ୍ଧମାଳ ଜିଲ୍ଲା ପ୍ରଶାସନ ସୂଚନା ଦେଇଥିବା ଜଣାପଡିଛି। ତେବେ କୋଭିଡ ସଂକ୍ରମଣକୁ ପ୍ରତିହତ କରିବାକୁ ଲୋକଙ୍କୁ ଘରୁ ବାହାରିବାକୁ ବାରଣ କରାଯାଇଛି। ଅତି ଆବଶ୍ୟକ ବେଳେ ଘରୁ ବାହାରିବା ବେଳେ ମୁହଁରେ ମାସ୍କ ପିନ୍ଧିବା ସହିତ ସାମାଜିକ ଦୂରତା ବଜାୟ ରଖିବା ସହିତ କୋଭିଡ ନିୟମକୁ ମାନି ଚଳିବାକୁ ପ୍ରଶାସନ ପରାମର୍ଶ ଦେଇଛି।

Comments are closed.