ଜିଲା ମାନ୍ୟତା ଦାବିରେ ୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ

କଣ୍ଟାବାଞ୍ଜି: ଜିଲା ମାନ୍ୟତା ଦାବିରେ ୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ ପାଳନ ଚାଲିଛି। ଏହି ଆନ୍ଦୋଳନ ଯୋଗୁଁ ସମସ୍ତ ବ୍ୟବସାୟିକ ପ୍ରତିଷ୍ଠାନ, ଦୋକାନ ବଜାର, ସ୍କୁଲ କଲେଜ ସରକାରୀ କାର୍ଯ୍ୟାଳୟ ବନ୍ଦ ରହିଥିବା ସୂଚନା ମିଳିଛି। ଜିଲା ସଂଘର୍ଷ ସମିତି ପକ୍ଷରୁ ଦିଆଯାଇଥିବା ଏହି ବନ୍ଦ ଡାକରାରେ ଗାଡି ମଟର ଚଳାଚଳ  ବନ୍ଦ ରହିଥିବା ଦେଖିବାକୁ ମିଳିଛି । ଏହି ବନ୍ଦରେ ସହରର ୪୦ରୁ ଅଧିକ ସଂଗଠନ ସାମିଲ ହୋଇଥିବା ଜଣାପଡ଼ିଛି।

Comments are closed.