କଷା ଚିଙ୍ଗୁଡ଼ି

ଆବଶ୍ୟକ ସାମଗ୍ରୀ
ଚିଙ୍ଗୁଡ଼ି – ୪୦୦ ଗ୍ରାମ
ତେଲ – ଆବଶ୍ୟକ ପରିମାଣରେ
ଲୁଣ – ଆବଶ୍ୟକ ପରିମାଣରେ
ହଳଦୀ ଗୁଣ୍ଡ – ଅଳ୍ପ
ଲଙ୍କା ଗୁଣ୍ଡ – ଅଳ୍ପ
ଅଦା ରସୁଣ ବଟା – ୪ ଚାମଚ
କଟା ପିଆଜ – ୨ଟା
ପେଷା ଟମାଟୋ – ୧ଟା
ଗୋଟା ଜିରା – ଅଳ୍ପ
ଧନିଆ ଗୁଣ୍ଡ – ଅଳ୍ପ
ଗରମ ମସଲା – ୧ ଚାମଚ
ପ୍ରସ୍ତୁତି ପ୍ରଣାଳୀ – ପ୍ରଥମେ ଚିଙ୍ଗୁଡ଼ିକୁ ଭଲ ଭାବେ ଧୋଇ ଏଥିରେ ହଳଦୀ ଗୁଣ୍ଡ, ଅଳ୍ପ ଲୁଣ ପକାଇ ଗୋଳାଇ ଦିଅନ୍ତୁ। ଏବେ ଗ୍ୟାସରେ ଏକ କଡ଼େଇ ବସାଇ ତେଲ ଗରମ କରନ୍ତୁ। ତେଲ ଗରମ ହେବା ପରେ ଏଥିରେ ଗୋଟାଜିରା ପକାଇ ଭାଜନ୍ତୁ। କିଛି ସମୟ ଭାଜିବା ପରେ କଟା ପିଆଜ ପକାଇ ଭାଜନ୍ତୁ। ପିଆଜ ହୋଇଗଲେ ଏଥିରେ ଅଦା ରସୁଣ ବଟା, ହଳଦୀ ଗୁଣ୍ଡ, ଲଙ୍କା ଗୁଣ୍ଡ, ଲୁଣ ପକାଇ ଭଲ ଭାବେ କଷନ୍ତୁ। ମସଲା କଷି ହୋଇଗଲେ ଏଥିରେ ଧୋଇ କରି ରଖିଥିବା ଚିଙ୍ଗୁଡ଼ି, ଧନିଆ ଗୁଣ୍ଡ, ଗରମ ମସଲା, ସାମାନ୍ୟ ପାଣି ପକାଇ ୧୦ ମିନିଟ ଗ୍ୟାସରେ ବସାନ୍ତୁ। ୧୦ ମିନିଟ ପରେ କଟା କଞ୍ଚାଲଙ୍କା , ଧନିଆ ପତ୍ର ପକାଇ ଗ୍ୟାସରୁ ଓହ୍ଲାଇ ଏକ ପାତ୍ରକୁ କାଢି ଦିଅନ୍ତୁ। ପ୍ରସ୍ତୁତ ହୋଇଗଲା କଷା ଚିଙ୍ଗୁଡ଼ି।

Comments are closed.