କେଜରିୱାଲଙ୍କୁ ଜନ୍ମଦିନର ଅଭିନନ୍ଦନ ଜଣାଇଲେ ମୋଦୀ

0

ନୂଆଦିଲ୍ଲୀ : ଆମ ଆଦମୀ ପାର୍ଟି (ଆପ)ର ରାଷ୍ଟ୍ରୀୟ ସଂଯୋଜକ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଗୁରୁବାର ୫୦ ବର୍ଷ ବୟସରେ ପଦାର୍ପଣ କରିଛନ୍ତି। କେଜରିୱାଲଙ୍କୁ ଜନ୍ମ ଦିନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି। ‘ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କୁ ଅଭିନନ୍ଦନ ଜଣାଇ ଦୀର୍ଘଜୀବୀ ହୁଅ’ ବୋଲି ମୋଦୀ ଟ୍ୱିଟ୍‍ କରିଛନ୍ତି। ମୋଦୀଙ୍କ ଟ୍ୱିଟ୍‍କୁ ରିଟ୍ୱଟ୍‍ କରି କେଜରିୱାଲ ତାଙ୍କୁ ଧନ୍ୟବାଦ ଜଣାଇଛନ୍ତି। ସେହିପରି ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବଂ ଜାମ୍ମୁ କାଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉମର ଅବଦୁଲ୍ଲାଙ୍କ ସମେତ ବହୁ ରାଜନେତା କେଜରିୱାଲଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି।

Leave A Reply