ମହିଳାଙ୍କ ମୃତଦେହ ଉଦ୍ଧାର

କେନ୍ଦ୍ରାପଡ଼ା : କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ରାଜନଗର କାଠୁଆଗଣ୍ଡ ଗାଁ ପାଖ ଲୁଣାଘେରି ବନ୍ଧ ନିକଟରୁ ଶୁକ୍ରବାର ଏକ ଅଖା ଭିତରେ ବନ୍ଧା ହୋଇଥିବା ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି। କେହି ଦୁର୍ବୃତ୍ତ ମହିଳା ଜଣଙ୍କୁ ହତ୍ୟା କରି ଏପରି ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି। ସୂଚନା ଅନୁଯାୟୀ, ସ୍ଥାନୀୟ ଲୋକେ ମହିଳାଙ୍କ ମୃତଦେହ ପଡ଼ିଥିବା ଦେଖି ପୁଲିସକୁ ଖବର ଦେଇଥିଲେ। ପୁଲିସ ଓ ସାଇଣ୍ଟିଫିକ ଟିମ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇବା ସହ ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।

Comments are closed.