ଗାଧୋଇବା ବେଳେ ନଦୀରେ ବୁଡ଼ି ୨ ଯୁବକ ମୃତ

କେନ୍ଦ୍ରାପଡ଼ା  : କେନ୍ଦ୍ରାପଡ଼ାରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ପାଟକୁରା ଚିତ୍ରୋତ୍ପଳା ନଦୀରେ ଗାଧୋଇବା ବେଳେ ପାଣିରେ ବୁଡ଼ିଯାଇ ୨ ଯୁବକଙ୍କ ମୃତ୍ୟୁ ହୋଇଛି। ସ୍ଥାନୀୟଲୋକେ ଓ ଖବର ପାଇ ଅଗ୍ନିଶମ କର୍ମଚାରୀ ସେମାନଙ୍କୁ ଉଦ୍ଧାର କରି ପାଟକୁରା ମେଡ଼ିକାଲରେ ଭର୍ତ୍ତି କରିଥିଲେ। ମାତ୍ର ସେଠାରେ ଡ଼ାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଥିଲେ। ଉକ୍ତ ୨ ଯୁବକଙ୍କ ପରିଚୟ ଅସ୍ପଷ୍ଟ ରହିଥିବା ବେଳେ ସେମାନେ ତାଙ୍କ ବନ୍ଧୁ ଘରକୁ ଏକ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଆସିଥିଲେ ବୋଲି ସୂଚନା ମିଳିଛି।

Comments are closed.