ଗାଁ ଦାଣ୍ଡରେ ଯୁବକଙ୍କୁ ନିର୍ମମ ହତ୍ୟା ଅଭିଯୋଗ

କେନ୍ଦୁଝର : ଗାଁ ଦାଣ୍ଡରେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହତ୍ୟା କରାଯାଇଥିବା ନେଇ ଗୁରୁବାର ଜଣାପଡ଼ିଛି। ଏଭଳି ଏକ ଅଭାବନୀୟ ଘଟଣା କେନ୍ଦୁଝର ଜିଲା ଘସିପୁରା ଥାନା ଅନ୍ତର୍ଗତ କୁମୁଡ଼ ଗାଁ ଦାଣ୍ଡରେ ଘଟିଛି। ଗତ କାଲି ବିଳମ୍ବିତ ରାତିରେ କିଛି ଦୁର୍ବୃତ ଉକ୍ତ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଥିବା ନେଇ ଅଭିଯୋଗ ହୋଇଛି। ମୃତକଙ୍କ ପରିଚୟ ଅସ୍ପଷ୍ଟ ରହିଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଏଭଳି ନୃଶଂସ କାଣ୍ଡ ଘଟିଥିବା ନେଇ କୁହାଯାଉଛି। ଖବର ପାଇ ଘସିପୁରା ପୁଲିସ ଘଟଣାସ୍ଥଳରେ ପହଂଚି ମୃତଦେହ ଜବତ କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି।

Comments are closed.