ଆଜି ଖେଲୋ ଇଣ୍ଡିଆ ବିଶ୍ବବିଦ୍ୟାଳୟ କ୍ରୀଡ଼ା ଲୋଗୋ ଉନ୍ମୋଚନ : ଯୋଗ​ଦେ‌ବେ କେନ୍ଦ୍ର କ୍ରୀଡ଼ାମନ୍ତ୍ରୀ ରିଜିଜୁ

ଭୁବନେଶ୍ବର : କିଟ୍‌ ବିଶ୍ବବିଦ୍ୟାଳୟରେ ଫେବୃଆରୀ ୨୨ରୁ ମାର୍ଚ୍ଚ ୧ ପର୍ଯ୍ୟନ୍ତ ପ୍ରଥମ ଖେଲୋ ଇଣ୍ଡିଆ ବିଶ୍ବବିଦ୍ୟାଳୟ କ୍ରୀଡ଼ା ପ୍ରତିଯୋଗିତା ଆୟୋଜିତ ହେବ। ଭାରତୀୟ କ୍ରୀଡ଼ା ପ୍ରାଧିକରଣ (ସାଇ), ଆସୋସିଏସନ ଅଫ ଇଣ୍ଡିଆନ ୟୁନିଭରସିଟିଜ୍ ଓ ରାଜ୍ୟ କ୍ରୀଡ଼ା ଓ ଯୁବସେବା ବିଭାଗର ମିଳିତ ସହଯୋଗରେ ଆୟୋଜିତ ହେବାକୁ ଥିବା ଉକ୍ତ ପ୍ରତିଯୋଗିତାର ଲୋଗୋ ଉନ୍ମୋଚନ ଉତ୍ସବ ସୋମବାର ପୂର୍ବତଟ ରେଳବାଇ ଅଡିଟୋରିୟମରେ ଅନୁଷ୍ଠିତ ହେବ। ଏଥିରେ ଅତିଥି ଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ର କ୍ରୀଡ଼ାମନ୍ତ୍ରୀ କିରେନ୍ ରିଜିଜୁ, କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟ କ୍ରୀଡ଼ା ଓ ଯୁବସେବା ମନ୍ତ୍ରୀ ତୁଷାରକାନ୍ତି ବେହେରା, ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ କୁମାର ସାହୁ, କିଟ୍‌ ଓ କିସ୍‌ର ପ୍ରତିଷ୍ଠାତା ତଥା ସାଂସଦ ପ୍ରଫେସର ଅଚ୍ୟୁତ ସାମନ୍ତ ପ୍ରମୁଖ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।

Comments are closed.