ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଆତ୍ମାହୁତି ଉଦ୍ୟମ, ଠକେଇର ଶିକାର ହୋଇ କରୁଥିଲେ ଆତ୍ମହତ୍ୟା

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ସୋମବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ବ୍ୟକ୍ତି ଠକେଇର ଶିକାର ହୋଇ ଆତ୍ମାହୁତି ଉଦ୍ୟମ କରିଛନ୍ତି। ଉକ୍ତ ବ୍ୟକ୍ତି ଜଣଙ୍କ ହେଉଛନ୍ତି ଖୋର୍ଦ୍ଧା ବୋଲଗଡ ଥାନା ବାଙ୍କୋଇ ଗ୍ରାମର ବ୍ରଜବନ୍ଧୁ ସାହୁ ।

ସୂଚନା ଅନୁଯାୟୀ, ସାଇବର ଠକଙ୍କ ଦ୍ବାରା ୧୬ ଲକ୍ଷ ୩୨ ହଜାର ଟଙ୍କାର ଠକେଇର ଶିକାର ହୋଇଥିଲେ ବ୍ରଜବନ୍ଧୁ ସାହୁ। ଏ ନେଇ ଗତ ୧୫ ଦିନ ତଳେ ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ କରିଥିଲେ। ବିଦେଶୀ ୱେବସାଇଟରେ ୧୬ ଲକ୍ଷ ୩୨ ହଜାର ଟଙ୍କା ଠକେଇର ଶିକାର ହୋଇ ଗତ ୧୫ ଦିନ ତଳେ ଖୋର୍ଦ୍ଧା ଜିଲ୍ଲାପାଳଙ୍କୁ ଅଭିଯୋଗ କରିଥିଲେ। ଏହି ଘଟଣାର ତଦନ୍ତ କରି ଟଙ୍କା ଫେରାଇବାକୁ ଜିଲ୍ଲାପାଳଙ୍କୁ ମଧ୍ୟ ଅନୁରୋଧ କରିଥିଲେ। ହେଲେ ଏପର୍ଯ୍ୟନ୍ତ ସେ ଟଙ୍କା ଫେରି ପାଇ ନାହାନ୍ତି। ତେଣୁ ବାଧ୍ୟ ହୋଇ ବ୍ରଜବନ୍ଧୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସାମ୍ନାରେ ଆତ୍ମାହୁତି ଉଦ୍ୟମ କରିଛନ୍ତି। ସ୍ଥାନୀୟ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତାଙ୍କୁ ଉଦ୍ଧାର କରିବା ସହ ଗିରଫ କରିଛି।

ସୂଚନା ଅନୁଯାୟୀ, ଠକେଇର ଶିକାର ହୋଇଥିବା ବ୍ରଜବନ୍ଧୁ ଏ ନେଇ ଗତ ୧୫ ଦିନ ତଳେ ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ କରିଥିଲେ। ବିଦେଶୀ ୱେବସାଇଟରେ ୧୬ ଲକ୍ଷ ୩୨ ହଜାର ଟଙ୍କା ଠକେଇର ଶିକାର ହୋଇ ଗତ ୧୫ ଦିନ ତଳେ ଖୋର୍ଦ୍ଧା ଜିଲ୍ଲାପାଳଙ୍କୁ ଅଭିଯୋଗ କରିଥିଲେ । ଏହି ଘଟଣାର ତଦନ୍ତ କରି ଟଙ୍କା ଫେରାଇବାକୁ ଜିଲ୍ଲାପାଳଙ୍କୁ ମଧ୍ୟ ଅନୁରୋଧ କରିଥିଲେ। ହେଲେ ଏପର୍ୟ୍ୟନ୍ତ ସେ ଟଙ୍କା ଫେରି ପାଇ ନାହାନ୍ତି। ତେଣୁ ବାଧ୍ୟ ହୋଇ ବ୍ରଜବନ୍ଧୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସାମ୍ନାରେ ଆତ୍ମାହୁତି ଉଦ୍ୟମ କରିଛନ୍ତି।

Comments are closed.