MEllora 950×100

ଯୁବକଙ୍କୁ ପଥରରେ ଛେଚି ନିର୍ମମ ହତ୍ୟା ଅଭିଯୋଗ

କୋକସରା: କଳାହାଣ୍ଡି ଜିଲ୍ଲା କୋକସରା ଥାନା ଅନ୍ତର୍ଗତ ମାଝୀଗୁଡା ପଞ୍ଚାୟତ ମହୁଳମୁଣ୍ଡା ଗ୍ରାମ ନିକଟରେ ଥିବା ଏକ ଧାନ ଖଳାରେ ଜଣେ ଯୁବକଙ୍କୁ ନିର୍ମମ ଭାବେ ପଥରରେ ଛେଚି ହତ୍ୟା କରାଯାଇ ଥିବା ନେଇ ସୂଚନା ମିଳିଛି । ହତ୍ୟା ହୋଇଥିବା ଯୁବକ ମହୁଳମୁଣ୍ଡା ଗ୍ରାମର ଦୟାନିଧି ଦୁଣ୍ଡକିଆ ବୋଲି ଜଣାପଡିଛି । ସେ ଦୀର୍ଘବର୍ଷ ହେବ ଚିଲିଗୁଡା ଗ୍ରାମରେ ରହୁଥିବା ବେଳେ ତାଙ୍କ ପୈତୃକ ଗ୍ରାମ ମହୁଳମୁଣ୍ଡାରେ ବୋଲି ଜଣାପଡିଛି ।

ସୋମବାର ଦୟାନିଧି ଦୁଣ୍ଡକିଆଙ୍କ ଜମିରେ ଧାନ କଟା ଚାଲିଥିବା ବେଳେ ସେ ଚାଷଜମିକୁ ଆସିଥିଲେ । ସନ୍ଧ୍ୟା ସମୟରେ ହତ୍ୟାକାଣ୍ଡ ହୋଇଥିବା ନେଇ ପୁଲିସ ସୁଚନା ଦେଇଥିବା ବେଳେ ହତ୍ୟାକାଣ୍ଡର କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ l

ଘଟଣାସ୍ଥଳରେ କୋକସରା ପୁଲିସ ଅଧିକାରୀ ପ୍ରସନ୍ନ କୁମାର  ବେହେରା ଓ ଟିମ ପହଞ୍ଚି ତଦନ୍ତ ଜାରି ରଖିଛନ୍ତି । ମୃତକଙ୍କ ପତ୍ନୀ ସାଧନୀ ଦୁଣ୍ଡକିଆ ତାଙ୍କ ସ୍ଵାମୀଙ୍କୁ ସମ୍ପର୍କୀୟ କାକା ପୁଅ ଓ ବଡ଼ ବାପା ପୁଅ ଜମି ବିବାଦକୁ ନେଇ ହତ୍ୟା କରିଥିବା ନେଇ ଅଭିଯୋଗ କରିଛନ୍ତି । ଘଟଣାକୁ ନେଇ ପୁଲିସ ତଦନ୍ତ ଜାରି ରଖିଥିବା ବେଳେ ଆଜି ସାଇଣ୍ଟିଫିକ ଟିମ ଘଟଣାର ତଦନ୍ତ କରିବା ପରେ ହତ୍ୟାକାଣ୍ଡ ପଛର ସତ୍ୟତା ଜଣାପଡିବ ବୋଲି କୋକସରା ପୁଲିସ ପକ୍ଷରୁ ସୂଚନା ମିଳିଛି l

Comments are closed.