ବିଧାନସଭାରେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ଶ୍ରାଦ୍ଧଦିବସ ପାଳିତ

ଡେସ୍କ: ଓଡ଼ିଶା ବିଧାନସଭା ପରିସରରେ ପାରଳା ମହାରାଜା କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଶ୍ରାଦ୍ଧ ଦିବସ ପାଳିତ ହୋଇଯାଇଛି। ଆଜି ଓଡ଼ିଶା ବିଧାନସଭାର ଉପବାଚସ୍ପତି ରଜନୀକାନ୍ତ ସିଂହ, ରାଜ୍ୟ ବିଜ୍ଞାନ ଏବଂ ପ୍ରଯୁକ୍ତି ବିଦ୍ୟା, ସାଧାରଣ ଉଦ୍ୟୋଗ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ବରିଷ୍ଠ ବିଧାୟକ ପ୍ରଫୁଲ୍ଲ ସାମଲ, ବିଧାୟକ ଅନନ୍ତ ନାରାୟଣ ଜେନା, ବିଧାନସଭା ସଚିବ ଦାଶରଥୀ ଶତପଥୀ, ନିର୍ଦ୍ଦେଶକ କୃପାସିନ୍ଧୁ ମିଶ୍ର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି।

ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ଗଠନର ଜଣେ ମୁଖ୍ୟ ପୁରୋଧା ଭାବେ ପାରଳା ମହାରାଜାଙ୍କ ଭାଷାଭିତିକ ସ୍ୱତନ୍ତ୍ର ଓଡ଼ିଶା ଗଠନରେ ଅବଦାନ ଅତୁଳନୀୟ। ଓଡ଼ିଶାର ପ୍ରଥମ ପ୍ରଧାନମନ୍ତ୍ରୀ ଭାବରେ ରାଜ୍ୟର ଶିକ୍ଷା, ସ୍ୱାସ୍ଥ୍ୟ ଓ କୃଷିର ବିକାଶ ପାଇଁ ସେ ଅନେକ ଉତମ ପଦକ୍ଷେପ ଗ୍ରହଣ କରିଥିଲେ। ରାଜାଙ୍କ ଜନ୍ମ ପ୍ରଜାମାନଙ୍କ ସେବା ପାଇଁ ବୋଲି ସେ କହୁଥିଲେ। ଏହି ବାକ୍ୟରୁ ସେ ଜଣେ ଅତ୍ୟନ୍ତ ପ୍ରଜାବତ୍ସଳ ରାଜା ଥିଲେ ବୋଲି ସ୍ପଷ୍ଟ ପ୍ରମାଣିତ ବୋଲି ଅତିଥିମାନେ ପ୍ରକାଶ କରିଥିଲେ।

Comments are closed.