ନବୀନଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ

ଭୁବନେଶ୍ବର: ଜୀବନବ୍ୟାପୀ ସାଧନା ସମ୍ମାନରେ ସମ୍ମାନିତ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ନୂଆଦିଲ୍ଲୀ ସ୍ଥିତି ଇଣ୍ଡିଆ ଇଣ୍ଟରନ୍ୟାସନାଲ ସେଣ୍ଟରରେ କ୍ୟାପିଟାଲ ଫାଉଣ୍ଡେସନ୍ ସୋସାଇଟି ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ ଉଲ୍ଲେଖନୀୟ ନେତୃତ୍ବ ପାଇଁ ନବୀନଙ୍କୁ ଏହି ସମ୍ମାନଜନକ ପୁରସ୍କାର ପ୍ରଦାନ କରାଯାଇଛି। ସୁପ୍ରିମକୋର୍ଟର ପୂର୍ବତନ ପ୍ରଧାନ ବିଚାରପତି ଏନ.ଭି ରମଣା ମୁଖ୍ୟମନ୍ତ୍ରୀଙ୍କୁ ସମ୍ମାନିତ କରିଛନ୍ତି । ୧୯୯୭ ମସିହାରେ ରାଜନୀତିରେ ପାଦ ଥାପିଥିବା ନବୀନ ୨୦୦୦ ମସିହାରୁ ଲଗାତର ୫ଥର ଓଡ଼ିଶାର ମୁଖ୍ୟମନ୍ତ୍ରୀ ହେବାର ରେକର୍ଡ କରିବା ସହ ବିକାଶର ନୂଆ ଅଧ୍ୟାୟ ସୃଷ୍ଟି କରିଛନ୍ତି।

 

 

 

Comments are closed.