ମୁଖ୍ୟମନ୍ତ୍ରୀଙ୍କୁ ‘ଜୀବନବ୍ୟାପୀ ସାଧନା ସମ୍ମାନ’

ଭୁବନେଶ୍ୱର: ରାଜଧାନୀ ଦିଲ୍ଲୀରେ ସମ୍ମାନିତ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ‘ଜୀବନବ୍ୟାପୀ ସାଧନା ସମ୍ମାନ’ରେ ମୁଖ୍ୟମନ୍ତ୍ରୀ ସମ୍ମାନିତ ହୋଇଛନ୍ତି । ପୂର୍ବତନ ସିଜେଆଇ ଜଷ୍ଟିସ ଏନ.ଭି.ରମଣାଙ୍କ ଠାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁରସ୍କାର ଗ୍ରହଣ କରିଛନ୍ତି । ତାଙ୍କର ଉଲ୍ଲେଖନୀୟ ନେତୃତ୍ୱ ପାଇଁ ଏହି ସମ୍ମାନରେ ତାଙ୍କୁ ସମ୍ମାନିତ କରାଯାଇଛି । କ୍ୟାପିଟାଲ ଫାଉଣ୍ଡେସନ ସୋସାଇଟି ପକ୍ଷରୁ ଏହି କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିବା ବେଳେ ଏଥିରେ ବହୁ ବିଶିଷ୍ଟ ବ୍ୟକ୍ତି ସାମିଲ ହୋଇଥିଲେ ।

Comments are closed.