କୋଭିଡ୍‌-୧୯ ନିୟମ ଉଲ୍ଲଙ୍ଘନ :୨୪ ଘଣ୍ଟା ମଧ୍ୟରେ ୧୦ଟି ମାମଲା, ୨୦ ଗିରଫ

ଭୁବନେଶ୍ୱର : ରାଜ୍ୟରେ କୋଭିଡ୍‌-୧୯ ନିୟମ ଏବଂ ମାର୍ଗଦର୍ଶିକା ଉଲ୍ଲଙ୍ଘନ କରିଥିବା ଅଭିଯୋଗରେ ୨୪ ଘଣ୍ଟା ମଧ୍ୟରେ ୧୦ଟି ମାମଲା ଦାୟର କରାଯାଇଛି । ଏଥି ମଧ୍ୟରୁ ୭ ଟି ମାମଲା ଲକ୍‌ଡାଉନ୍‌ ସଂପର୍କିତ ହୋଇଥିବାବେଳେ ୩ଟି ମାମଲା ଅନ୍ୟ କାରଣ ପାଇଁ ଅଟେ । ୨୦ ଜଣଙ୍କୁ ବିଭିନ୍ନ ଅଭିଯୋଗରେ ଗିରଫ କରାଯାଇଛି । ଗତକାଲି ମଧ୍ୟରାତ୍ରି ସୁଦ୍ଧା ଓଡ଼ିଶାରେ ୫,୨୮,୭୦୮ ଟି ନମୁନା କୋଭିଡ୍‌-୧୯ ପରୀକ୍ଷା କରାଯାଇଛି । ବର୍ତ୍ତମାନ ସୁଦ୍ଧା ସମୁଦାୟ ୩୩,୪୭୯ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ୨୧,୨୭୩ ଜଣ ରୋଗୀ ସଂପୂର୍ଣ୍ଣ ସୁସ୍ଥ ହୋଇଛନ୍ତି/ଡାକ୍ତରଖାନାରୁ ଫେରିଛନ୍ତି । ଆଜିର ସୁସ୍ଥ ସଂଖ୍ୟା-୭୫୬ହୋଇଥିବାବେଳେ ୧୮୭ ଜଣ କୋଭିଡ୍‌-୧୯ ରୋଗୀଙ୍କର ମୃତ୍ୟୁ ହୋଇଛି । ସକ୍ରିୟ ଥିବା ସଂକ୍ରମିତଙ୍କ ସଂଖ୍ୟା ୧୧,୯୮୧ ରହିଛି ୧୨,୭୩୭ ଜଣ ହସ୍‌ପିଟାଲ୍‌ ଆଇସୋଲେସନ୍‌ରେ ରହିଛନ୍ତି ।

Comments are closed.