କୋଭିଡ୍-୧୯ ନିୟମ ଉଲ୍ଲଙ୍ଘନ ନେଇ ୨୪ ମାମଲା, ୫୪ ଗିରଫ

ଭୁବନେଶ୍ବର : ରାଜ୍ୟରେ କୋଭିଡ୍‌-୧୯ ନିୟମ ଏବଂ ମାର୍ଗଦର୍ଶିକା ଉଲ୍ଲଂଘନ କରିଥିବା ଅଭିଯୋଗରେ ମଇ ୬ରୁ ମଇ ୭ ତାରିଖ ସକାଳ ପର୍ୟ୍ୟନ୍ତ ୨୪ ଘଣ୍ଟା ମଧ୍ୟରେ ୨୪ଟି ମାମଲା ଦାୟର କରାଯାଇଛି । ସେଥିରୁ ୨୩ଟି ମାମଲା ଲକ୍‌ ଡାଉନ୍‌ ସଂପର୍କିତ ହୋଇଥିବାବେଳେ ୧ଟି ହୋମ୍‌ କ୍ୱାରାଣ୍ଟାଇନ୍‌ ଉଲ୍ଲଂଘନ ପାଇଁ ଅଟେ । ବିଭିନ୍ନ ଅଭିଯୋଗରେ ୫୪ ଜଣଙ୍କୁ ଗିରଫ କରାଯାଇଛି।

Comments are closed.