କୋଭିଡ୍‌-୧୯ ନିମୟ ଉଲ୍ଲଙ୍ଘନ: ୨୪ଘଣ୍ଟାରେ ୧୩ ମାମଲା, ୧୯ ଗିରଫ

ଭୁବନେଶ୍ବର: ରାଜ୍ୟରେ କୋଭିଡ୍‌-୧୯ ନିୟମ ଏବଂ ମାର୍ଗଦର୍ଶିକା ଉଲ୍ଲଙ୍ଘନ କରିଥିବା ଅଭିଯୋଗରେ ୨୪ ଘଣ୍ଟା ମଧ୍ୟରେ ୧୩ ଟି ମାମଲା ଦାୟର କରାଯାଇଛି। ଏଥି ମଧ୍ୟରୁ ୯ଟି ମାମଲା ଲକ୍‌ ଡାଉନ୍‌ ସଂପର୍କିତ ହୋଇଥିବାବେଳେ ୩ଟି ହୋମ୍‌ କ୍ୱାରାଣ୍ଟାଇନ୍‌ ଉଲ୍ଲଙ୍ଘନ ଏବଂ ୧ଟି ମାମଲା ଅନ୍ୟାନ୍ୟ କାରଣ ପାଇଁ ଅଟେ। ୧୯ ଜଣଙ୍କୁ ବିଭିନ୍ନ ଅଭିଯୋଗରେ ଗିରଫ କରାଯାଇଛି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Comments are closed.