ମେ’ ୩୧ ପର୍ଯ୍ୟନ୍ତ ଲକଡାଉନ୍ ବୃଦ୍ଧି କରିବେ ମହାରାଷ୍ଟ୍ର ସରକାର

ସମାଜ ପୋର୍ଟାଲ ଡେସ୍କ: ମହାରାଷ୍ଟ୍ରରେ କରୋନା ସଂକ୍ରମଣ ମାମଲା ବୃଦ୍ଧି ପାଉଥିବା ବେଳେ ଉଦ୍ଧବ ଠାକରେ ନେତୃତ୍ୱାଧୀନ ମହାରାଷ୍ଟ୍ର ସରକାର ଏହି ଲକଡାଉନ୍ ଅବଧିକୁ ମେ ୩୧ ପର୍ଯ୍ୟନ୍ତ ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛନ୍ତି। ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏହି ନିଷ୍ପତ୍ତି ଗ୍ରହଣ କରାଯାଇଛି । ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାର ଏବଂ ଅନ୍ୟ ସହଯୋଗୀମାନେ ଉପସ୍ଥିତ ଥିଲେ।

ଏବେ ସୁଦ୍ଧା ମହାରାଷ୍ଟ୍ରରେ କରୋନା ସଂକ୍ରମଣ ସଂଖ୍ୟା ୨୫ ହଜାର ୯୨୨ରେ ପହଞ୍ଚିଥିବା ବେଳେ ମୃତ୍ୟୁ ସଂଖ୍ୟା ୯୭୫ରେ ପହଁଚିଛି। ମୁମ୍ବାଇ, ପୁଣେ ଏବଂ ମାଲେଗାଓଁ ଏହି ସଂକ୍ରମଣରେ ସବୁଠାରୁ ଅଧିକ କ୍ଷତିଗ୍ରସ୍ତ ହୋଇଛନ୍ତି।

Comments are closed.