ପ୍ରଦୀପ ପାଣିଗ୍ରାହୀଙ୍କ ଦୁର୍ନୀତି ମାମଲାର ତଦନ୍ତ ପାଇଁ ଭିଜିଲାନ୍ସ ନିର୍ଦେଶକଙ୍କୁ ଲୋକାୟୁକ୍ତଙ୍କ ନିର୍ଦେଶ

ଭୁବନେଶ୍ବର : ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଦୁର୍ନୀତି ମାମଲା ତଦନ୍ତ ପାଇଁ ଭିଜିଲାନ୍ସ ନିର୍ଦେଶକଙ୍କୁ ଲୋକାୟୁକ୍ତ ନିର୍ଦେଶ ଦେଇଛନ୍ତି ।ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଦୁର୍ନୀତି ମାମଲାର ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକାୟୁକ୍ତଙ୍କୁ ସୁପାରିଶ କରିଥିଲେ । ଆଜି ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଦୁର୍ନୀତି ମାମଲା ଲୋକାୟୁକ୍ତ ଜଷ୍ଟିସ ଅଜିତ ସିଂହଙ୍କ ଅଧ୍ୟକ୍ଷତାରେ ଗଠିତ ତିନି ଜଣିଆ ଖଣ୍ଡପୀଠ ଶୁଣାଣି କରି ଏହି ମାମଲାର ଭିଜିଲାନ୍ସ ତଦନ୍ତ ନିର୍ଦେଶ ଦେଇଛନ୍ତି ।

ଏହି ମାମଲାର ତଦନ୍ତ ପାଇଁ ଭିଜିଲାନ୍ସ ନିର୍ଦେଶକଙ୍କୁ ଲୋକାୟୁକ୍ତ ନିର୍ଦେଶ ଦେବା ସହ ୨ ମାସ ମଧ୍ୟରେ ତଦନ୍ତ ଶେଷ କରି ରିପୋର୍ଟ ଦେବାକୁ କୁହାଯାଇଛି । ଭିଜିଲାନ୍ସ ତଦନ୍ତ ରିପୋର୍ଟ ଦେବାପରେ ୨୦୨୧ ଫେବୃଆରୀ ୧୨ ହେବ ଏହି ମାମଲାର ପରବର୍ତ୍ତୀ ଶୁଣାଣି ଲୋକାୟୁକ୍ତ କରିବେ ବୋଲି କହିଛନ୍ତି ।

ସୂଚନାଯୋଗ୍ୟ  ଜନ ବିରୋଧି କାର୍ଯ୍ୟ  ଅଭିଯୋଗରେ ମୁଖ୍ୟମନ୍ତ୍ରୀ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କଙ୍କୁ ଦଳର ପ୍ରାଥମିକ ସଦସ୍ୟତା ପଦରୁ ବହିଷ୍କୃତ କରିଥିଲେ । ଏହାପରେ ଅଭୟ ପାଠକ ଓ ଆକାଶ ପାଠକ ଲିଙ୍କ, ବେଆଇନ ଅର୍ଥ କାରବାର ଓ ଚାକିରୀ ଜାଲିଆତି ନେଇ ପ୍ରଦୀପଙ୍କୁ ଗିରଫ କରିଥିଲା କ୍ରାଇମବ୍ରାଞ୍ଚ ।  ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ବିରୋଧରେ ଆସିଥିବା ଦୁର୍ନୀତି ମାମଲାର ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ଲୋକାୟୁକ୍ତ ନିକଟରେ ସୁପାରିଶ କରିଥିଲେ ।ରାଜ୍ୟ ସରକାରଙ୍କ ପକ୍ଷରୁ ଜଣେ ଲୋକପ୍ରତିନିଧିଙ୍କ ବିରୋଧରେ ଲୋକାୟୁକ୍ତ ତଦନ୍ତର ଏହା ହେଉଛି ପ୍ରଥମ ଘଟଣା ।

 

Comments are closed.