ବନକଲାଗି ପାଇଁ ଆଜି ୪ଘଣ୍ଟା ବନ୍ଦ ରହିବ ଶ୍ରୀଜୀଉଙ୍କ ଦର୍ଶନ

ପୁରୀ : ଆଜି ରତ୍ନସିଂହାସନରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏହି ଅବସରରେ ଶ୍ରୀମୁଖ ଶୃଙ୍ଗାର ସହ ଅନ୍ୟାନ୍ୟ ନୀତି ଅନୁଷ୍ଠିତ ହେଉଥିବାରୁ ବୁଧବାର ମହାପ୍ରଭୁଙ୍କ ଦର୍ଶନ ପ୍ରାୟ ୪ ଘଣ୍ଟା ବନ୍ଦ ରହିବ। ଶ୍ରୀମନ୍ଦିର ପ୍ରଶାସନ ସୂଚନା ମୁତାବକ, ଦ୍ବିତୀୟ ଭୋଗମଣ୍ଡପ ପରେ ଏହି ନୀତି ଆରମ୍ଭ ହେବ। ଅପରାହ୍ଣ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ବନକଲାଗି ନୀତି ଅନୁଷ୍ଠିତ ହେବ। ସେପର୍ଯ୍ୟନ୍ତ ସର୍ବସାଧାରଣଙ୍କ ନିମନ୍ତେ ଶ୍ରୀଜୀଉଙ୍କ ଦର୍ଶନ ବନ୍ଦ ରହିବ। ରାତି ୮ଟାରେ ପୁନର୍ବାର ଭକ୍ତମାନେ ମହାପ୍ରଭୁଙ୍କ ଦର୍ଶନ କରିପାରିବେ।

Comments are closed.