ତିନିଦିନ ବର୍ଷା : ୮ ଜିଲା ପାଇଁ ସତର୍କ ସୂଚନା

0

ଭୁବନେଶ୍ୱର  :  ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପ ସାଗରରେ ସୋମବାର ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଏହାର ପ୍ରଭାବରେ ରବିବାରଠାରୁ ରାଜ୍ୟରେ ବର୍ଷା ଆରମ୍ଭ ହୋଇ ଯାଇଛି। କଟକ-ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ରବିବାର ପୂର୍ବାହ୍ନରୁ ଝିପି ଝିପି ବର୍ଷା ଲାଗି ରହିଛି। ତେବେ ରବିବାର ରାତିରୁ ବର୍ଷାର ପରିମାଣ ବୃଦ୍ଧି ପାଇବାର ସମ୍ଭାବନା ରହିଛି।​

ତେବେ ୩୦ତାରିଖ ପର୍ଯ୍ୟନ୍ତ ଉପକୂଳ ଜିଲାଗୁଡ଼ିକରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ବିଶେଷ କରି ୮ଟି ଜିଲା ଗଞ୍ଜାମ, ପୁରୀ, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ ଓ ବାଲେଶ୍ୱରରେ ଅଧିକ ବର୍ଷାର ସମ୍ଭାବନା ରହିଥିବାରୁ ଏଥିପାଇଁ ସତର୍କ ରହିବାକୁ ସ୍ବତନ୍ତ୍ର ରିଲିଫ୍ କମିଶନରଙ୍କ ପକ୍ଷରୁ ସୂଚନା ଦିଆଯାଇଛି।

ପଶ୍ଚିମ କେନ୍ଦ୍ରୀୟ ଓ ଉତ୍ତର ବଙ୍ଗୋପସାଗରକୁ ମାଛ ଧରିବାକୁ ନଯିବା ପାଇଁ ପାଣିପାଗ ବିଭାଗ ପକ୍ଷରୁ ସତର୍କ କରିଦିଆଯାଇଛି। ଯେଉଁ ମତ୍ସ୍ୟଜୀବୀ ଗଭୀର ସମୁଦ୍ରକୁ ଯାଇଛନ୍ତି ସେମାନେ ୨୮ତାରିଖ ସନ୍ଧ୍ୟା ସୁଦ୍ଧା ଫେରି ଆସିବାକୁ ପରାମର୍ଶ ଦିଆଯାଇଛି।

 

Leave A Reply