ଆଜି ମହାପ୍ରଭୁଙ୍କ ସୁନାବେଶ

0

କଟକ: ଆଜି ବଡ଼ଦାଣ୍ଡରେ ରଥ ଉପରେ ସୁନାବେଶରେ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ । ସୁନାବେଶରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ଲକ୍ଷଲକ୍ଷ ଭକ୍ତ ସୁଅ ଛୁଟିଛି। ଆଜି ସନ୍ଧ୍ୟା ୫ଟାରୁ ରାତି ୧୧ଟା ପର୍ୟ୍ୟନ୍ତ ମହାପ୍ରଭୁ ସୁନାବେଶରେ ଦର୍ଶନ ଦେବେ। ସେହିପରି ଦ୍ୱିତୀୟ ଶ୍ରୀକ୍ଷେତ୍ର ବାରିପଦାରେ ଆଜି ଓ ଆସନ୍ତାକାଲି ଦୁଇ ଦିନ ଧରି ବାହୁଡ଼ା ଯାତ୍ରା ଅନୁଷ୍ଠିତ ହେବ। ପରମ୍ପରା ଅନୁଯାୟୀ, ଆଜି ଜଗନ୍ନାଥ ଓ ସୁଭଦ୍ରାଙ୍କ ରଥଙ୍କ ଟଣାଯିବ ଓ ଆସନ୍ତାକାଲି ବଳଭଦ୍ରଙ୍କ ବାହୁଡ଼ା ଯାତ୍ରା ଅନୁଷ୍ଠିତ ହେବ । ସେହିପରି ଆଜି କେନ୍ଦ୍ରାପଡ଼ାର ବଳଦେବଜୀଉଙ୍କର ବାହୁଡ଼ା ଯାତ୍ରା ଅନୁଷ୍ଠିତ ହେବ। ଗତକାଲି ଚତୁର୍ଦ୍ଧାମୂର୍ତ୍ତିଙ୍କୁ ରଥାରୂଢ଼ କରାଯାଇ ରଥକୁ ଦକ୍ଷିଣ ମୁହାଁ କରାଯାଇଛି। ଏଠାରେ ମଧ୍ୟ ଦୁଇ ଦିନ ବାହୁଡ଼ା ଯାତ୍ରା ଅନୁଷ୍ଠିତ ହୋଇଥାଏ ।

Leave A Reply