ମକର ସଂକ୍ରାନ୍ତି ପାଇଁ ସରକାରୀ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ଆସନ୍ତା ୧୫ତାରିଖ ବୁଧବାର ମକର ସଂକ୍ରାନ୍ତି ଅବସରରେ ସୋମବାର ସରକାରୀ ଛୁଟି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ଦିନ ସମସ୍ତ ସରକାରୀ କାର୍ୟ୍ୟାଳୟ ଓ ଶିକ୍ଷାନୁଷ୍ଠାନ ବନ୍ଦ ରହିବ।

ମକର ସଂକ୍ରାନ୍ତି ଏକ ସର୍ବ ଭାରତୀୟ ପର୍ବ । ଏହି ପର୍ବକୁ ସମସ୍ତେ ଉତ୍ସାହର ସହିତ ପାଳନ କରନ୍ତି । ଓଡ଼ିଶାରେ ମଧ୍ୟ ଏହାକୁ ଧୁମଧାମରେ ପାଳନ କରାଯାଏ । ମକର ସଂକ୍ରାନ୍ତି ଦିନ ସୂର୍ୟ୍ୟ ମକର ରାଶିରେ ପ୍ରବେଶ କରିଥାନ୍ତି । ସୌର ଗଣନା ଅନୁସାରେ ମକର ସଂକ୍ରାନ୍ତିକୁ ମକର ମାସର ପ୍ରଥମ ଦିନ ହିସାବରେ ଗ୍ରହଣ କରାଯାଏ । ସଂକ୍ରାନ୍ତି ହେଉଛି ସୂର୍ୟ୍ୟଙ୍କର ସଂକ୍ରମଣ ବା ଗୋଟିଏ ରାଶିରୁ ଅନ୍ୟ ରାଶିକୁ ଚଳନ କରିବାର ଦିନ । ମକର ସଂକ୍ରାନ୍ତି ଦିନ ସୂର୍ୟ୍ୟ ଧନୁ ରାଶିରୁ ମକର ରାଶିକୁ କ୍ରମଶଃ ଗମନ କରନ୍ତି । ଏହି ଦିନଠାରୁ ସୂର୍ୟଙ୍କର ଉତ୍ତରାୟଣ ଗତି ଆରମ୍ଭ ହୋଇଥାଏ ।

Comments are closed.