ମାଲକାନଗିରି ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନ କଲେ ୩ ବରିଷ୍ଠ ପ୍ରଶାସନିକ ଅଧିକାରୀ

ମାଲକାନଗିରି: ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭି. କେ. ପାଣ୍ଡିଆନଙ୍କ ସମେତ ୩ ବରିଷ୍ଠ ପ୍ରଶାସନିକ ଅଧିକାରୀ ବୁଧବାର ମାଲକାନଗିରି ଜିଲା ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନ କରିଛନ୍ତି । ଅଧିକାରୀମାନେ ମୁଖ୍ୟ ଚିକିତ୍ସାଳୟ ଯାଇ ସ୍ଥିତି ଅନୁଧ୍ୟାନ କରିବା ସହ କର୍ମଚାରୀଙ୍କ ସହିତ ଆଲୋଚନା କରିଥିଲେ । ଏହାପରେ ରୋଗୀଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଥିଲେ। ଏହି ଗସ୍ତରେ ଅର୍ଥ ବିଭାଗ ପ୍ରମୁଖ ସଚିବ ଅଶୋକ ମୀନା, ଏନଏଚଏମର ନିର୍ଦ୍ଦେଶକ ଶାଳିନୀ ପଣ୍ଡିତ ସାମିଲ ଥିଲେ ।

Comments are closed.