ମାଲକାନଗିରିରେ ୭ ଦିନ ରିଲିଫ୍ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

0

ମାଲକାନଗିରି: ରାଜ୍ୟରେ ବନ୍ୟା ପରିସ୍ଥିତି ନେଇ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମୀକ୍ଷା କରିଛନ୍ତି । ଚଳିତ ବର୍ଷ ଲଗାଣ ବର୍ଷାରେ ମାଲକାନଗିରି ଜିଲ୍ଲା ସବୁଠାରୁ ଅଧିକ ପ୍ରଭାବିତ ହୋଇଥିବା ରିପୋର୍ଟ ମିଳିଛି । ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମାଲକାନଗିରି ଜିଲାରେ ୭ ଦିନ ରିଲିଫ୍ ଘୋଷଣା କରିଛନ୍ତି । ପ୍ରଭାବିତ ଅଞ୍ଚଳରେ ରିଲିଫ୍ ବାବଦରେ ବୟସ୍କ ମାନଙ୍କୁ ଦୈନିକ ୬୦ ଟଙ୍କା ଏବଂ ୧୨ ବର୍ଷରୁ କମ୍ ବୟସ ପିଲାମାନଙ୍କୁ ପାଇଁ ଦୈନିକ ୪୫ ଟଙ୍କା ଲେଖାଏଁ ୭ ଦିନ ପାଇଁ ଦିଆଯିବ । ସେହିପରି ଗୃହପାଳିତ ପଶୁଙ୍କୁ ମଧ୍ୟ ମାଗଣା ଚିକିତ୍ସା ସେବା ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ସୂଚନାଯୋଗ୍ୟ, ମାଲକାନଗିରିରେ ୧୬୬.୨୫ ମିଲିମିଟର ବର୍ଷା ରେକର୍ଡ କରାଯାଇଛି । ଗତକାଲି ରାତିରେ ପଟେରୁ ଗ୍ରାମର ୧୮୭ ଜଣ ଲୋକଙ୍କୁ ଉଦ୍ଧାର କରାଯାଇଛି ।

Leave A Reply