ଓଡ଼ିଶାରେ ମମତା ବାନାର୍ଜୀ

ଭୁବନେଶ୍ୱର : ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଓଡ଼ିଶା ଗସ୍ତରେ ଆସି କିଛି ସମୟ ତଳେ ଭୁବନେଶ୍ୱରରେ ପହଞ୍ଚିଛନ୍ତି। ମମତାଙ୍କୁ ରାଜ୍ୟ ସରକାରଙ୍କ ତରଫରୁ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ପହଞ୍ଚି ମାନ୍ୟବର ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଶ୍ରୀ ବିକ୍ରମ କେଶରୀ ଆରୁଖ ସ୍ବାଗତ କରିଥିଲେ। ବିମାନ ବନ୍ଦରରୁ ସିଧାସଳଖ ସେ ପୁରୀ ଯାଇଛନ୍ତି । ପୁରୀରେ ମମତାଙ୍କ ମହାପ୍ରଭୁଙ୍କୁ ଦର୍ଶନ କରିବା କାର୍ଯ୍ୟକ୍ରମ ରହିଛି । ଫେବୃଆରୀ ୨୮ରେ ସେ ଭୁବନେଶ୍ବରଠାରେ ଅନୁଷ୍ଠିତ ହେବାକୁ ଥିବା ପୂର୍ବାଞ୍ଚଳ ଜୋନାଲ ପରିଷଦ ବୈଠକରେ ଯୋଗଦେବେ। ସେ ୪ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ସୂଚନା ମିଳିଛି।

 

Comments are closed.