ମନମୋହନଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର

ନୂଆଦିଲ୍ଲୀ: ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଛି। କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଡା. ହର୍ଷବର୍ଦ୍ଧନ ମଙ୍ଗଳବାର ଏ ନେଇ ଟ୍ବିଟ୍‌ କରି ସୂଚନା ଦେଇଛନ୍ତି। ମନମୋହନ ଅସୁସ୍ଥ ହୋଇପଡ଼ିବା ପରେ ତାଙ୍କୁ ଗତକାଲି ଦିଲ୍ଲୀ ଏମ୍‌ସରେ ଭର୍ତ୍ତି କରାଯାଇଥିଲା। ସେଠାରେ ପରୀକ୍ଷା ନିରୀକ୍ଷା ପରେ ସେ କରୋନାରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଥିଲା। ନିକଟରେ ମନମୋହନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଚିଠି ଲେଖି କରୋନାର ୨ୟ ତରଙ୍ଗର ସଫଳ ମୁକାବିଲା ପାଇଁ ୫ଟି ଗୁରୁତ୍ଵପୂର୍ଣ୍ଣ ପଦକ୍ଷେପ ନେବାକୁ ପରାମର୍ଶ ଦେଇଥିଲେ।

Comments are closed.