ମନୋଜ ଦାସଙ୍କ ଚିକିତ୍ସା ପାଇଁ ସ୍ବାସ୍ଥ୍ୟ ବିଭାଗ ତତ୍ପର ; ଅନୁଧ୍ୟାନ ପାଇଁ ଯିବ ସ୍ୱତନ୍ତ୍ର ଟିମ୍‍

ଭୁବନେଶ୍ୱର : ସାରସ୍ୱତ ସାଧକ ପଦ୍ମଭୂଷଣ ପ୍ରଫେସର ମନୋଜ ଦାସଙ୍କ ଚିକିତ୍ସାରେ ଉନ୍ନତି ନେଇ ସ୍ବାସ୍ଥ୍ୟ ବିଭାଗ ତତ୍ପରତା ଦେଖାଇଛି। ସୋମବାର ବିଭାଗ ପକ୍ଷରୁ ପୁରୀ ଶ୍ରୀଜଗନ୍ନାଥ ମେଡିକାଲ କଲେଜ ଅଧ୍ୟକ୍ଷ ପ୍ରଫେସର ଡାକ୍ତର ବି.ଏନ ମହାପାତ୍ରଙ୍କ ନେତୃତ୍ବରେ ଏକ ଟିମ୍ ପୁଡୁଚେରୀସ୍ଥିତ ଶ୍ରୀଅରବିନ୍ଦ ଆଶ୍ରମ ନର୍ସିଂ ହୋମକୁ ପଠାଯିବା ପାଇଁ ନିଷ୍ପତ୍ତି ହୋଇଛି।

ଡା. ମହାପାତ୍ର ସେଠାରେ ଶ୍ରୀ ଦାସଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ଅନୁଧ୍ୟାନ କରି ସରକାରଙ୍କୁ ରିପୋର୍ଟ ଦେବାକୁ କୁହାଯାଇଛି। ଆଜି ଏ ସଂକ୍ରାନ୍ତରେ ଡିଏମ୍‌ଇଟି ପ୍ରଫେସର ସିବିକେ ମହାନ୍ତିଙ୍କ ପ୍ରସ୍ତାବକୁ ସ୍ବାସ୍ଥ୍ୟବିଭାଗ ଅତିରିକ୍ତ ମୁଖ୍ୟସଚିବ ପ୍ରଦୀପ୍ତ କୁମାର ମହାପାତ୍ର ଅନୁ‌େମାଦନ କରିଛନ୍ତି।

Comments are closed.