ଓଡ଼ିଶା ଛୁଇଁଲା ମୌସୁମୀ: ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ବର୍ଷା ଆରମ୍ଭ

ଭୁବନେଶ୍ବର: ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ମୌସୁମୀ ଛୁଇଁଥିବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ମୌସୁମୀ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହୋଇଛି । ଉପକୂଳ ଓଡ଼ିଶାରେ ମଧ୍ୟ ସ୍ଥାନେସ୍ଥାନେ ବର୍ଷା ହୋଇଛି ।   ପୂର୍ବରୁ ୧୧ କି ୧୨ରେ ମୌସୁମୀ ଛୁଇଁବା ନେଇ ପୂର୍ବାନୁମାନ କରିଥିଲା ପାଣିପାଗ ବିଭାଗ  ।ପାଣିପାଗ ବିଭାଗର ଆକଳନ ଅନୁସାରେ ଓଡ଼ିଶା ଛୁଇଁଛି ମୌସୁମୀ । ଯାହାଫଳରେ ରାଜ୍ୟର ବିଭିନ୍ନ ସ୍ଥାନରେ ଏବେ ଲଗାଣ ବର୍ଷା ଲାଗି ରହିବ । ଏବର୍ଷ ଠିକ୍‌ ସମୟରେ ମୌସୁମୀ ଓଡ଼ିଶା ଛୁଇଁଥିବାରୁ ବର୍ଷା ସ୍ୱାଭାବିକ ହେବ ଓ ଫସଲ ଉତ୍ପାଦନ ମଧ୍ୟ ଭଲ ହେବ ବୋଲି ଆଶା କରାଯାଉଛି ।

ଓଡ଼ିଶାରେ ମୌସୁମୀ ପ୍ରବେଶ ନେଇ ସୂଚନା ଦେଇଛି  ପାଣିପାଗ ବିଭାଗ । ବିଭାଗ ପକ୍ଷରୁ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ା ଓ ଗଞ୍ଜାମ ଜିଲାରେ ମୌସୁମୀ ବର୍ଷା ଆରମ୍ଭ ହୋଇଥିବା ଟ୍ବିଟ୍ କରାଯାଇଛି ।

Comments are closed.