ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ମୟୂରଭଞ୍ଜ : ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ଅନ୍ତର୍ଗତ ପେଡ଼ାଗଡ଼ି ଗାଁରେ ରବିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଗାଁ ନିକଟ ଜଙ୍ଗଲର ଏକ ଗଛରୁୁ ଝୁଲନ୍ତା ଅବସ୍ଥାରେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ଯୁବକଙ୍କ ବୟସ ୨୫ ବର୍ଷ ହେବ ବୋଲି ଅନୁମାନ କରାଯାଉଛି। ସ୍ଥାନୀୟଲୋକେ ମୃତଦେହ ଦେଖି ପୁଲିସକୁ ଖବର ଦେଇଥିଲେ। ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିଛି। ଯୁବକଙ୍କ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି। ପୁଲିସ ଘଟଣାର ତଦନ୍ତ ଜାରି ରଖିଥିବା ନେଇ ସୂଚନା ମିଳିଛି।

Comments are closed.