ଜିଲ୍ଲା ପ୍ରଶାସନର ଶିଶୁଙ୍କ ପାଇଁ ଦିନଟିଏ କାର୍ଯ୍ୟକ୍ରମ

ନବରଙ୍ଗପୁର: ରାଜ୍ୟ ସରକାରଙ୍କ ମହିଳା ଓ ଶିଶୁ ବିକାଶ ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଆଜି ନବରଙ୍ଗପୁର ଜିଲ୍ଲା ପ୍ରଶାସନ ତରଫରୁ ଶିଶୁଙ୍କ ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଉଦ୍ଦେଶ୍ୟରେ ଜିଲ୍ଲାରେ ଶିଶୁମାନଙ୍କର ସୁରକ୍ଷା ଓ ବିକାଶ ଦିଗରେ କାର୍ଯ୍ୟ କରୁଥିବା ଚାରିଟି କମିଟି ଯଥା ଜିଲ୍ଲାସ୍ତରୀୟ ଶିଶୁ ସୁରକ୍ଷା କମିଟି, କିଶୋରୀ ସଶକ୍ତିକରଣ ଓ ବାଲ୍ୟବିବାହ ପ୍ରତିରୋଧ ଟାସ୍କ ଫୋର୍ସ, ଶିଶୁ ଶ୍ରମିକ ନିରାକରଣ ଏବଂ ଚାଇଲ୍ଡ ଲାଇନ ପରାମର୍ଶଦାତା କମିଟିର ମିଳିତ ବୈଠକ ଆଜି ଜିଲ୍ଲାପାଳ ଡଃ ଅଜିତ କୁମାର ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାରେ ପ୍ରଥମ ଥର କରି ଏହି ମିଳିତ ବୈଠକରେ ଜିଲ୍ଲାପାଳ ଡଃ ମିଶ୍ର ଅଧ୍ୟକ୍ଷତା କରି କହିଥିଲେ ଯେ, ଜିଲ୍ଲାରେ ପ୍ରତ୍ୟେକ ଶିଶୁମାନଙ୍କୁ ସୁରକ୍ଷା ଓ ବାଲ୍ୟ ବିବାହକୁ ରୋକିବା ପାଇଁ ପ୍ରଶାସନର ବିଭିନ୍ନ ବିଭାଗ କାର୍ଯ୍ୟ କରୁଛନ୍ତି । ବିଭାଗଗୁଡିକ ମଧ୍ୟରେ ଉତ୍ତମ ସମ୍ପର୍କ ରଖି ଜିଲ୍ଲାରେ ସମସ୍ତ ଶିଶୁମାନଙ୍କୁ ସୁରକ୍ଷା ଦେବା ସହିତ ନବରଙ୍ଗପୁର ଜିଲ୍ଲା କୁ ବାଲ୍ୟ ବିବାହ ମୁକ୍ତ କରିବା ଦିଗରେ ଏହି ସମନ୍ଵୟ ବୈଠକ ସହାୟକ କରି ପାରିବ ବୋଲି ମତବ୍ୟକ୍ତ କରିବା ସହିତ, ଜିଲ୍ଲାରେ କିଶୋରୀମାନଙ୍କୁ ଶସକ୍ତ କରାଇ ବାଲ୍ୟବିବାହ କୁ ରୋକିବା ଉଦେଶ୍ୟ ରେ ଚାଲୁଥିବା ଅନ୍ଵେଷା ଅଭିଯାନ ମାଧ୍ୟମରେ ବ୍ୟାପକ ଜନ ସଚେତନତା କରି ଆସନ୍ତା ମାସକ ମାଧ୍ୟରେ ଜିଲ୍ଲାରେ ଏକ ହଜାର ଗ୍ରାମ କୁ ବାଲ୍ୟ ବିବାହ ମୁକ୍ତ କରାଇବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ସୁରେଶ ପଟ୍ଟନାୟକ ବୈଠକ ପ୍ରମ୍ଭରେ ସୂଚନା ଦେଇ କହିଥିଲେ ଯେ ଆଜି ଜିଲ୍ଲାରେ ୧୦ ବ୍ଲକ ଓ ୧୮୯ଟି ଗ୍ରାମ ପଞ୍ଚାୟତ ସ୍ତରରେ ଅନୁରୂପ ଭାବରେ ବ୍ଲକ ଓ ପଞ୍ଚାୟତ ସ୍ତରରେ ଶିଶୁ ସୁରକ୍ଷା କମିଟି, କିଶୋରୀ ସଶକ୍ତିକରଣ ଓ ବାଲ୍ୟବିବାହ ପ୍ରତିରୋଧ ଟାସ୍କ ଫୋର୍ସ, ଶିଶୁ ଶ୍ରମିକ ନିରାକରଣ କମିଟିର ବୈଠକ ଅନୁଷ୍ଟିତ ହେଉଛି । ଜିଲ୍ଲାରେ ମୋଟ ୨୦୨ ଗୋଟି ବାଲ୍ୟବିବାହକୁ ବନ୍ଦ କରାଯିବା ସହିତ ୪୧୪ ଟି ଗ୍ରାମକୁ ବାଲ୍ୟ ବିବାହ ମୁକ୍ତ ଗ୍ରାମ ଭାବରେ ନିଆ ଯାଉଥିବା ପଦକ୍ଷ ଉପରେ ମତବ୍ୟକ୍ତ କରିବା ସହିତ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟି, ଜିଲ୍ଲା ସମାଜ କଲ୍ୟାଣ ବିଭାଗ, ୟୁନିସେଫ ଓ ଆକ୍ସନଏଡର ମିଳିତ ପ୍ରୟାସରେ ଏକ ଯୋଜନାବଦ୍ଧ କାର୍ୟ୍ୟକ୍ରମ ପ୍ରସ୍ତୁତି କରାଯାଇ ଗ୍ରାମଗୁଡିକରେ ସଚେତନତା କାର୍ୟ୍ୟକ୍ରମ ଚାଲୁଥିବାର ସୂଚନା ଦେଇଥିଲେ । ପରେ ଆକ୍ସନଏଡର ଜିଲ୍ଲା ପରାମର୍ଶଦାତା ଫକିର ଚରଣ ରାଉତ ଶିଶୁମାନଙ୍କର ସୁରକ୍ଷା ଓ ବାଲ୍ୟ ବିବାହର ସମାପ୍ତି ଉଦ୍ଦେଶ୍ୟରେ ଜିଲ୍ଲାରେ ନିଆଯାଇଥିବା ବିଭିନ୍ନ ପଦକ୍ଷେପ ଓ ଆଗାମୀ ଦିନର କାର୍ୟ୍ୟକ୍ରମ ଉପରେ ବୈଠକରେ ଉପସ୍ଥାପନା କରିଥିଲେ ।

ଅନ୍ୟମାନଙ୍କ ମଧ୍ୟରେ ଆରକ୍ଷୀ ଅଧିକ୍ଷକ ପି ଏସ ପୁରୁଷୋତ୍ତମ ଦାସ, ପ୍ରକଳ୍ପ ନିର୍ଦ୍ଦେଶକ ରତ୍ନାକର ସାହୁ, ଉପଜିଲ୍ଲାପାଳ ଅଗ୍ରୱାଲ ଅକ୍ଷୟ ସୁନୀଲି, ଜିଲ୍ଲା ଶ୍ରମ ଅଧିକାରୀ ନରେନ୍ଦ୍ର ଗୈଇ ପାଇ, ଜିଲ୍ଲା ଶିକ୍ଷା ଅଧିକାରୀ ଚନ୍ଦ୍ରଶେଖର ପାଣିଗ୍ରାହି, ଜିଲ୍ଲା ପଞ୍ଚାୟତ ଅଧିକାରୀ ଶିଶିର କୁମାର ପାଣି, ଜିଲ୍ଲା ଶିଶୁମଙ୍ଗଳ ସମିତିର ଅଧକ୍ଷ ଦିବାକର ବାହୁକ, ଜିଲ୍ଲା କର୍ମନିୟୋଜନ ଅଧିକାରୀ ତତ୍ଵମାସି ମହାପାତ୍ର, ଜିଲ୍ଲା ଜରୁରୀ ଅଧିକାରୀ ମୌସୁମୀ ନାୟକ, ପ୍ରକଳ୍ପ ପ୍ରଶାସକ ଅଭିମନୁ ମାଝି, ସିଓ ଓରମାସ ଉମାମହେଶ, ସର୍ବଶିକ୍ଷା ଅଭିଯାନ କୋଡିନେଟର ପ୍ରଦୀପ୍ତ କୁମାର ଷଡଙ୍ଗୀ, ସହାୟକ ସମାଜ କଲ୍ୟାଣ ଅଧିକାରୀ ନରହରି ସିଂ ନେହୁର ଯୁବକେନ୍ଦ୍ର ସଂଯୋଜକ ବି ରମେଶ, ଚାଇଲ୍ଡ ଲାଇନ ଜିଲ୍ଲା ସଂଯୋଜକ ରବୀନ୍ଦ୍ର ପ୍ରଧାନ ପ୍ରମୁଖ ଆଲୋଚନାରେ ଅଂଶଗ୍ରହଣ କରି ଜିଲ୍ଲାରେ ଶିଶୁଙ୍କ ପାଇଁ ଦିନଟିଏ କାର୍ୟ୍ୟକ୍ରମ, ଶିଶୁ ଶ୍ରମିକ ନିରାକରଣ ଏବଂ ବାଲ୍ୟ ବିବାହର ସମାପ୍ତ ଦିଗରେ ନିଜର ମତାମତ ପ୍ରଦାନ କରିଥିଲେ ।

Comments are closed.