ପୁଣି ଏକ ଲଘୁଚାପ, ୧୦ରୁ ରାଜ୍ୟରେ ବର୍ଷା ସମ୍ଭାବନା

0

ଭୁବନେଶ୍ୱର: ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଏବଂ ଆଣ୍ଡାମାନ ସାଗରର ଉତ୍ତରରେ ଏକ ଲଘୁଚାପ ସୃଷ୍ଟି ହୋଇଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଘନୀଭୂତ ହୋଇ ଅବପାତର ରୂପ ନେବ । ଏହାର ପ୍ରଭାବରେ ଆସନ୍ତା ୧୦ ରୁ ୧୩ ତାରିଖ ପର୍ୟ୍ୟନ୍ତ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଏହି ସମୟରେ ୫୦ ରୁ ୬୦ କିମି ପବନ ବହିବ । ସମୁଦ୍ର ଆଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବା ପାଇଁ ବାରଣ କରାଯାଇଛି । ଅନ୍ୟ ପକ୍ଷରେ ଦକ୍ଷିଣ ଓଡିଶାର ଗୋଟିଏ ଦୁଇଟି ସ୍ଥାନରେ ସମାନ୍ୟରୁ ମଧ୍ୟମ ଧରଣର ବର୍ଷା ରେକର୍ଡ କରାଯାଇଛି ।

Leave A Reply