ନାବାଳିକାଙ୍କୁ ଦୁଷ୍କର୍ମ ପରେ ହତ୍ୟା ଉଦ୍ୟମ, ଏତଲା ପ୍ରତ୍ୟାହାର ପାଇଁ ଚାପ ପକାଯାଉଥିବା ଅଭିଯୋଗ

ଗୋପ: ପୁରୀ ଜିଲା ଗୋପ ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଦୁଷ୍କର୍ମ ପରେ ହତ୍ୟା ଉଦ୍ୟମ କରାଯାଇଛି। ନାବାଳିକାଙ୍କୁ ଗୁରୁତର ଅବସ୍ଥାରେ ପୁରୀ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ତେବେ ଘଟଣା ସମ୍ପର୍କରେ ଥାନାରେ ଏତଲା ଦିଆଯାଇଥିଲେ ହେଁ ପୁଲିସ ପକ୍ଷରୁ ମାମଲା ରୁଜୁ ହୋଇନାହିଁ। ବରଂ, ଏତଲା ପ୍ରତ୍ୟାହାର କରିନେବାକୁ ଚାପ ପକାଯାଉଥିବା ପୀଡ଼ିତାଙ୍କ ପରିବାର ପକ୍ଷରୁ ଅଭିଯୋଗ ହୋଇଛି।

ସୂଚନା ଅନୁସାରେ, ନାବାଳିକା ଜଣକ ଘରେ ଏକୁଟିଆ ଥିବା ସମୟରେ ସ୍ଥାନୀୟ ଜଣେ ଯୁବକ ତାଙ୍କ ଘରେ ପଶି ଦୁଷ୍କର୍ମ କରିଥିଲା। ନାବାଳିକା ଜଣକ ବିରୋଧ କରିବାରୁ ଅଭିଯୁକ୍ତ ତାଙ୍କ ମୁଣ୍ଡକୁ ଆକ୍ରମଣ କରିଥିଲା। ପୀଡ଼ିତାଙ୍କ ମୁଣ୍ଡ ଫାଟି ଯାଇଥିବାବେଳେ ଗୁରୁତର ଅବସ୍ଥାରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତାଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡ଼ିଛି।

Comments are closed.