କ୍ବାରେଣ୍ଟାଇନ ସେଣ୍ଟରରେ ନାବାଳିକାଙ୍କୁ ବଳାତ୍କାର ଉଦ୍ୟମ

ପୁରୀ: ପୁରୀ ଜିଲାରେ କରୋନା ସଂକ୍ରମିତ ସଂଖ୍ୟା ଦିନକୁ ଦିନ ବଢ଼ି ଚାଲିଥିବାବେଳେ କ୍ବାରେଣ୍ଟାଇନ ସେଣ୍ଟରରେ ଏକ ଲଜ୍ଜାଜନକ ଘଟଣା ଘଟିଛି। ବ୍ରହ୍ମଗିରି ବ୍ଲକର ଏକ କ୍ବାରେଣ୍ଟାଇନ ସେଣ୍ଟରରେ ଜଣେ ନାବାଳିକାଙ୍କୁ ବଳାତ୍କାର ଉଦ୍ୟମ କରାଯାଇଛି। ସୋମବାର ବିଳମ୍ବିତ ରାତିରେ ଏହି ଘଟଣା ଘଟିଛି। ଖବର ପାଇ ବ୍ରହ୍ମଗିରି ପୁଲିସ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି। ଆହତ ନାବାଳିକାଙ୍କୁ ପୁଲିସ ଉଦ୍ଧାର କରି ସ୍ଥାନୀୟ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା ପାଇଁ ଭର୍ତ୍ତି କରିଛି। ବ୍ରହ୍ମଗିରି ବିଡିଓ ମଧ୍ୟ କ୍ବାରେଣ୍ଟାଇନ ସେଣ୍ଟରରେ ପହଞ୍ଚି ତଦନ୍ତ ଚଳାଇଛନ୍ତି। ଏହି ଘଟଣାକୁ ସ୍ଥାନୀୟ ଅଞ୍ଚଳରେ ନିନ୍ଦା କରାଯାଇଛି।

Comments are closed.