ବିଧାୟକ ପ୍ରଦୀପ ମହାରଥୀଙ୍କ ପରଲୋକ

ପିପିଲି : ପିପିଲି ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ପ୍ରଦୀପ ମହାରଥୀଙ୍କ ଦେହାନ୍ତ ହୋଇଛି। ଶନିବାର ରାତ୍ରି ୨ଟା ୩୬ମିନିଟ ସମୟରେ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୫ବର୍ଷ ବୟସ ହୋଇଥିଲା।
Related Posts
ଉଲ୍ଲେଖଯୋଗ୍ୟ ଯେ, ଶ୍ରୀ ମହାରଥୀ ଗତ ସେପ୍ଟେମ୍ବର ୧୪ ତାରିଖରେ କରୋନା ଆକ୍ରାନ୍ତ ହୋଇଥିବା ଜଣାପଡ଼ିଥିଲା। ଏହାପରେ ଭୁବନେଶ୍ୱରର ଖଣ୍ଡଗିରିସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସା ପାଇଁ ତାଙ୍କୁ ଭର୍ତ୍ତି କରାଯାଇଥିଲା। ପ୍ରଥମେ ତାଙ୍କୁ ୪୮ ଘଣ୍ଟା ପାଇଁ ପର୍ଯ୍ୟବେକ୍ଷଣରେ ରଖାଯାଇଥିଲା ଓ ପରେ କ୍ରମଶଃ ତାଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିବାକୁ ଆରମ୍ଭ ହୋଇଥିଲା।