ପ୍ରଧାନମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ରାହୁଲ ଗାନ୍ଧୀଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି

ନୂଆଦିଲ୍ଲୀ : ଆଜି ହେଉଛି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନ। ଏହି ଅବସରରେ ତାଙ୍କୁ ସମସ୍ତ ମହଲରୁ ଶୁଭେଚ୍ଛାର ସୁଅ ଛୁଟୁଛି। ମୋଦୀଙ୍କ ଜନ୍ମଦିନ ଅବସରରେ ବହୁ ବିରିଷ୍ଠ, ବିଶିଷ୍ଟ ବ୍ୟକ୍ତି ଓ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଶୁଭେଚ୍ଛା ଜଣାଇଛନ୍ତି। ରାହୁଲ ଗାନ୍ଧୀ ଟ୍ୱିଟ ଯୋଗେ ମୋଦୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।
ସେହିପରି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇବା ସହ ତାଙ୍କର ଦୀର୍ଘାୟୁ ଓ ନିରାମୟ ଜୀବନ କାମନା କରିଛନ୍ତି।
ଗୃହମନ୍ତ୍ରୀ ଅମିତ ଶାହା ମଧ୍ୟ ମୋଦୀଙ୍କୁ ଜନ୍ମ ଦିନର ଶୁଭେଚ୍ଛା ଜଣାଇଛନ୍ତି।
କୋଭିଡ଼ ନିୟମ ମଧ୍ୟରେ ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ ଅବସରରେ ବିଜେପି ପକ୍ଷରୁ ବିଭିନ୍ନ ପ୍ରକାର କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି।
ଏହାସହ ବିଭିନ୍ନ ସ୍ଥାନରେ ବିଜେପି ପକ୍ଷରୁ ପ୍ରଧାନମନ୍ତ୍ରୀଙ୍କ ଜନ୍ମ ଦିବସ ଅବସରରେ ସେପ୍ଟେବର ୧୪ ରୁ ୨୦ ପର୍ଯ୍ୟନ୍ତ ସେବା ସପ୍ତାହ ପାଳନ କରାଯାଉଛି।

Comments are closed.