ଆଜି ମୁଖ୍ୟମନ୍ତ୍ରୀଙ୍କ ସହ ମୋଦୀଙ୍କ ଆଲୋଚନା

ନୂଆଦିଲ୍ଲୀ,: ଦେଶରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବୁଧବାର ମୁଖ୍ୟମନ୍ତ୍ରୀମାନଙ୍କ ସହିତ ଏହି ପ୍ରସଙ୍ଗରେ ଆଲୋଚନା କରିବେ। ମଧ୍ୟାହ୍ନ ୧୨ଟାରେ ପ୍ରଧାନମନ୍ତ୍ରୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ମୁଖ୍ୟମନ୍ତ୍ରୀମାନଙ୍କ ସହିତ କରୋନା ପରିସ୍ଥିତି ସମ୍ପର୍କରେ କଥାହେବେ। କେନ୍ଦ୍ର ସ୍ବାସ୍ଥ୍ୟ ସଚିବ ରାଜେଶ ଭୂଷଣ କରୋନା ପରିସ୍ଥିତି ବାବଦରେ ସବିଶେଷ ତଥ୍ୟ ପ୍ରଦାନ କରିବେ। ଗତ ରବିବାର ପ୍ରଧାନମନ୍ତ୍ରୀ କରୋନା ଭୂତାଣୁ ପ୍ରତି ସତର୍କତା ଅବଲମ୍ବନ କରିବାକୁ ପରାମର୍ଶ ଦେଇଥିଲେ। ଆଗକୁ ଇଦ୍‌, ବୁଦ୍ଧ ପୂର୍ଣ୍ଣିମା ଓ ଅକ୍ଷୟ ତୃତୀୟ ଭଳି ଉତ୍ସବ ଆସୁଥିବାବେଳେ ବେଳେ କରୋନା ପ୍ରତି ସତର୍କ ରହିବା ସହ ଆବଶ୍ୟକ କଟକଣା ପାଳନ କରିବାକୁ ପ୍ରଧାନମନ୍ତ୍ରୀ ପରାମର୍ଶ ଦେଇଥିଲେ।

Comments are closed.