ନବୀନଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦୀ

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ୭୪ ବର୍ଷ ବୟସରେ ପାଦ ଥାପିଛନ୍ତି। ଏହି ଅବସରରେ ବିଭିନ୍ନ ମହଲରୁ ତାଙ୍କ ପାଇଁ ଶୁଭେଚ୍ଛାର ସୁଅ ଛୁଟିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ତାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି। ଟ୍ବିଟରରେ ଉଭୟ ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ନବୀନଙ୍କ ପାଇଁ ଶୁଭେଚ୍ଛା ବାର୍ତ୍ତା ଲେଖିଛନ୍ତି। ‘‘ଓଡିଶାର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଜୀଙ୍କୁ ଜନ୍ମ ଦିନର ଶୁଭେଚ୍ଛା। ତାଙ୍କର ଦୀର୍ଘ ଓ ନିରାମୟ ଜୀବନ କାମନା କରୁଛି’’ ବୋଲି ଲେଖି ସେ ମୁଖ୍ୟମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି।

ନବୀନ ମଧ୍ୟ ମୋଦୀଙ୍କ ଏହି ଶୁଭେଚ୍ଛା ବାର୍ତ୍ତାର ଜବାବ ସ୍ବରୂପ ଟ୍ବିଟରରେ ତାଙ୍କୁ ଧନ୍ୟବାଦ ଜଣାଇଛନ୍ତି। ସେହିପରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପ୍ରତାପ ଷଡ଼ଙ୍ଗୀ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପ୍ରମୁଖ ନବୀନଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି।

Comments are closed.