ସୋମବାର ରାଶିଫଳ (୧୭.୦୫.୨୦୨୧)

ମେଷ: ଉଦାର ସ୍ବଭାବର ହେଲେ ବି ଯେକୌଣସି କାରଣରୁ କ୍ରୋଧିତ ହୋଇପାରନ୍ତି। ଦାନ-ଧର୍ମକୁ ଶ୍ରେୟମଣି ପାରନ୍ତି। ଉତ୍ତମ ବ୍ୟକ୍ତିତ୍ବ ସମ୍ପନ୍ନ ହେବେ। ସୁସ୍ଥ ରହିବେ। କୃଷି କ୍ଷେତ୍ରରୁ ଲାଭ ମିଳିବ। ପ୍ରେମୀ ଓ ବୁଦ୍ଧିମାନ ହେବେ।
ବୃଷ: କାର୍ଯ୍ୟରେ ସଫଳତା ଲାଭ କରିବେ। ମନ ପ୍ରସନ୍ନ ରହିବ। ଈଶ୍ବର ବିଶ୍ବାସୀ ହୋଇପାରନ୍ତି। ମଧୁରଭାଷୀ ହେବେ। ଥଣ୍ଡା-କଫଜନିତ ସାମାନ୍ୟ କ୍ଳେଶ ଭୋଗ କରିପାରନ୍ତି। ପ୍ରେମୀ ଓ ସାହସୀ ହେବେ। ଭାଇମାନଙ୍କଠାରୁ ଆଦର ମିଳିବ।
ମିଥୁନ: ଆଶାବାଦୀ ହେବେ। ଭାଗ୍ୟଶାଳୀ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବ ସମ୍ପନ୍ନ ହେବେ। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ବିଦ୍ୟାପ୍ରେମୀ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମିତ୍ରଙ୍କ ସହଯୋଗ ପାଇବେ।
କର୍କଟ: ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ରୁଚିକର ଭୋଜନରେ ଆପ୍ୟାୟିତ ହେବେ। ରୋଜଗାର ଆଶାନୁରୂପ ହେବ। ଐଶ୍ବର୍ଯ୍ୟପ୍ରାପ୍ତିର ସୂଚନା ମିଳୁଛି। ମାଲିମୋକଦ୍ଦମାରେ ବିଜୟୀ ହେବା ସହିତ ଧନଲାଭ ହେବ। ସୁସ୍ଥ ଓ ନିରାମୟ ରହିବେ।
ସିଂହ: ଯାତ୍ରାରେ ବିଘ୍ନ ଉପୁଜିପାରେ। ଥଣ୍ଡା-କଫଜନିତ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି। କର୍ମଚଞ୍ଚଳ ରହିବେ। ନିରୋଳାରେ ସମୟ ବିତାଇ ପାରନ୍ତି। ଧର୍ମୀୟ କାର୍ଯ୍ୟରେ ଖର୍ଚ୍ଚାନ୍ତ ହେବେ। ମଧୁର ଭାଷାରେ ପରକୁ ଆପଣାର କରିବେ।
କନ୍ୟା: ମନପ୍ରସନ୍ନ ରହିବ। କର୍ମଚଞ୍ଚଳ ରହିବେ। ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। ବିଭାଗୀୟ ସ୍ତରରେ ସମ୍ମାନିତ ହେବେ। ଜ୍ୟୋତିଷ ବିଦ୍ୟା ପ୍ରତି ରୁଚି ରହିବ। ଅର୍ଥ ମିଳିବ।
ତୁଳା: ସୁଖସମ୍ମାନ ପ୍ରାପ୍ତିର ସୂଚନା ମିଳୁଛି। କୁଳପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ଦୟାଳୁ ସ୍ବଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ସୁସ୍ଥ ଓ ନିରାମୟ ରହିବେ। ପରିବାର ପ୍ରତି ସ୍ନେହ ସଦ୍ଦିଚ୍ଛା ରହିବ।
ବିଛା: ସାଧନାରେ ସିଦ୍ଧିପ୍ରାପ୍ତ ହେବେ। ଭାଗ୍ୟଶାଳୀ ହୋଇପାରନ୍ତି। ଭୋଗ-ବିଳାସରେ ସମୟ ବିତାଇ ପାରନ୍ତି। କର୍ମତତ୍ପର ରହିବେ। ସୁଖସମୃଦ୍ଧିପୂର୍ଣ୍ଣ ଜୀବନ-ଯାପନ କରିପାରନ୍ତି। ବିଦ୍ବାନ ଓ ସମ୍ପତ୍ତିବାନ୍‌ ହେବେ। ସାହସୀ ହେବେ।
ଧନୁ: ଖର୍ଚ୍ଚାନ୍ତ ହୋଇପାରନ୍ତି। ସ୍ବାଭିମାନୀ ହେବେ। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ବାହର ଅଞ୍ଚଳରେ ଖ୍ୟାତି ଅର୍ଜନ କରିବେ। ଅଷ୍ଟମ ଚନ୍ଦ୍ର ଭୋଗ ହେତୁ ସତର୍କତାର ସହ ଚଳିବାକୁ ପଡ଼ିବ।
ମକର: ଆନନ୍ଦ ଉତ୍ସବ ଲାଗି ରହିବ। ଶାନ୍ତ ଓ ଧୈର୍ଯ୍ୟବାନ ହେବେ। ବ୍ୟବସାୟ ଲାଭଜନକ ହେବ। ସ୍ବକାର୍ଯ୍ୟ ପାଇଁ ମନରେ ଗର୍ବଭାବ ବହନ କରିପାରନ୍ତି। ସମାଜସେବାରେ ନିଜକୁ ନିୟୋଜିତ କରିବେ। ପତ୍ନୀଙ୍କ ପରାମର୍ଶ ଉପାଦେୟ ହେବ।
କୁମ୍ଭ: ଦୃଢ଼ ମନୋବଳ ନେଇ କର୍ମକ୍ଷେତ୍ରରେ ତତ୍ପର ହେବେ। ଭାଇମାନଙ୍କ ପ୍ରତି ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ରହିବେ। ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରଶଂସାର ପାତ୍ର ହେବେ। କରିତ୍‌କର୍ମା ହେବେ।
ମୀନ: ଆଲୋଚନା ମାଧ୍ୟମରେ କାର୍ଯ୍ୟ କଲେ ସଫଳତା ମିଳିବ। କର୍ମଚଞ୍ଚଳ ରହିବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ। ଗୁପ୍ତ ବିଦ୍ୟା ପ୍ରତି ରୁଚି ରହିବ। ବ୍ୟବସାୟ ଲାଭଜନକ ହେବ।

Comments are closed.