ସୋମବାର ରାଶିଫଳ(୨୩/୧୧/୨୦୨୦)

ମେଷ: ବିଭିନ୍ନ ଦିଗରୁ ସହାୟତା ପାଇବେ। ସୁସ୍ଥ ଓ ନିରାମୟ ରହିବେ। ଯଶସ୍ୱୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବେ। ଜ୍ୟେତିଷ ଶାସ୍ତ୍ରରେ ରୁଚି ରହିବ। ଯାନବାହନ ସୁଖ ମିଳିବ।

ବୃଷ: ମୂଲ୍ୟବାନ ଦ୍ରବ୍ୟ ଲାଭ ହୋଇପାରେ। କୁଳ ପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ଜୀବନ ଯାପନ କରିପାରନ୍ତି। ଦୟାଳୁ ସ୍ୱଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ୱୀ ହେବେ। କୁଟୁମ୍ବ ସୁଖ ମିଳିବ।

ମିଥୁନ: ଈଶ୍ୱର ନିଷ୍ଠା ଆପଣଙ୍କୁ ମହାନ୍‍ କରି ଗଢ଼ି ତୋଳିବ। ଭାଗ୍ୟଶାଳୀ ହେବେ। ଭୋଗ ବିଳାସ କରିପାରନ୍ତି। ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ। ବିଦ୍ୱାନ୍‍, ସାହସୀ ଓ ସମ୍ପତ୍ତିବାନ୍‍ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।

କର୍କଟ: ସ୍ୱାଭିମାନୀ ହୋଇପାରନ୍ତି। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ଶାରୀରିକ ଅସୁସ୍ଥତା ଅନୁଭବ କରିପାରନ୍ତି। ଈର୍ଷା ପରାୟଣ ହେବାକୁ ବାଧ୍ୟ ହେବେ। ଅଷ୍ଟମ ଚନ୍ଦ୍ର ଭୋଗ ହେଉଥିବାରୁ ସତର୍କରେ ଚଳିବାକୁ ପଡ଼ିବ।

ସିଂହ: ପ୍ରିୟା ପ୍ରୀତି ତୋଷଣ କରିପାରନ୍ତି। ବ୍ୟବସାୟ ଲାଭଜନକ ହେବ। ସମାଜସେବୀ ହେବେ। ଶାନ୍ତ ଓ ଧୈର୍ଯ୍ୟବାନ୍‍ ହୋଇପାରନ୍ତି। ପତ୍ନୀଙ୍କ ପରାମର୍ଶ ଉପାଦେୟ ହେବ। ଅବିବାହିତମାନଙ୍କର ମନୋରମା କନ୍ୟା ସହ ବିବାହ ସମ୍ବନ୍ଧ ସ୍ଥିର ହେବ।

କନ୍ୟା: ଦୁଃସାହସିକ ପଦକ୍ଷେପ ନେଇ ଶତ୍ରୁ ଉପରେ ଆକ୍ରମଣ କରିବେ ଓ ବିଜୟୀ ହେବେ। ମାନସିକ ଶାନ୍ତି ଫେରି ପାଇବେ। ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ। ଚାକିରି କ୍ଷେତ୍ରରେ ଉଚ୍ଚକର୍ତ୍ତୃପକ୍ଷଙ୍କ ପ୍ରିୟ ଭାଜନ ହୋଇପାରନ୍ତି।

ତୁଳା: ପରାମର୍ଶ ନେଇ କାର୍ଯ୍ୟ କଲେ ଆୟର ମାର୍ଗ ସରଳ, ସୁଗମ ହୋଇପାରେ। କର୍ମଚଞ୍ଚଳ ରହିବେ। ଆକସ୍ମିକ ଧନଲାଭ ହୋଇପାରେ। ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସି ପାରେ। ବ୍ୟବସାୟ ଅତ୍ୟନ୍ତ ଲାଭଜନକ ହେବ।

ବିଛା: କଳହଠାରୁ ନିଜକୁ ଦୂରେଇ ରଖି ପାରନ୍ତି। ଉଦାର ପ୍ରକୃତିର ହେବେ। ଦାନଶୀଳ ହୋଇପାରନ୍ତି। ସୁଖୀ ହେବେ। ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ। ସ୍ୱାସ୍ଥ୍ୟ ଅତୁଟ ରହିବ। କୃଷିକର୍ମକାରୀ ହୋଇପାରନ୍ତି। ପ୍ରେମୀ ଓ ବୁଦ୍ଧିମାନ୍‍ ହେବେ।

ଧନୁ: ସମ୍ମାନାସ୍ପଦ ବ୍ୟକ୍ତିଭାବେ ପରିଗଣିତ ହେବେ। ମନ ପ୍ରସନ୍ନ ରହିବ। ଆସ୍ତିକ ହେବେ। ମଧୁରଭାଷୀ ହୋଇପାରନ୍ତି। ମେଳାପୀ ପ୍ରକୃତିର ହେବେ। ପ୍ରେମୀ ଓ ସାହସୀ ହେବେ। ଭାଇମାନଙ୍କଠାରୁ ଆଦର, ସମ୍ମାନ ମିଳିବ। କୃତୀ ପ୍ରତିଯୋଗୀ ହେବେ।

ମକର: ବିନା ପରାମର୍ଶରେ ସ୍ୱାଧୀନ ଭାବେ କିଛି କରିବା କଷ୍ଟଦାୟକ ହୋଇପାରେ। ତଥାପି ଭାଗ୍ୟଶାଳୀ ହେବେ। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ବିଦ୍ୟାପ୍ରେମୀ ହୋଇପାରନ୍ତି। ବିଭିନ୍ନ ସ୍ତରରୁ ଧନାଗମ ହେବ। ଦାମ୍ପତ୍ୟ ସୁଖ ମିଳିବ।

କୁମ୍ଭ: ସୁଖ-ସମ୍ମାନ ଲାଭ କରିପାରନ୍ତି। ଐଶ୍ୱର୍ଯ୍ୟଯୁକ୍ତ ହେବେ। ମାଲି ମୋକଦ୍ଦମାରେ ବିଜୟୀ ହେବେ। ଧନ, ସମ୍ପଦ ଭରପୂର ରହିବ। ଉତ୍ତମ ଭୋଜନରେ ଆପ୍ୟାୟିତ ହେବେ। ବିଦ୍ୱାନ୍‍ ଓ ଶାସ୍ତ୍ରଜ୍ଞ ହେବେ। ଚିନ୍ତାଧାରା ଉନ୍ନତମାନର ହେବ।

ମୀନ: କାର୍ଯ୍ୟ ଶାନ୍ତିଦାୟକ ହେବ। କର୍ମଚଞ୍ଚଳ ରହିବେ। ମଧୁରଭାଷା ବ୍ୟବହାର କରି ପରକୁ ଆପଣାର କରିବାରେ ପାରଙ୍ଗମ ହେବେ। ସାହସୀ ଓ ଜ୍ଞାନୀ ହେବେ। ଚକ୍ଷୁରେ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି। ନିର୍ଜନରେ ଏକାନ୍ତ ବାସକୁ ପସନ୍ଦ କରିବେ।

Comments are closed.